ଫାଇଲ୍‌ ଆସୁଛି ହେଲେ ଚେୟାର୍‌ ଖାଲି

କାଶୀନଗର, ୨୬ା୬(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକ୍‌ କାର୍ଯ୍ୟାଳୟରେ ଏବେ କର୍ମଚାରୀ ଅଭାବ ଦେଖାଦେଇଛି। ବିଭିନ୍ନ ପଦବୀରେ କେହି ଅଧିକାରୀ ନାହାନ୍ତି। ଫାଇଲ୍‌ ପରେ ଫାଇଲ୍‌ ଆସୁଛି। କିନ୍ତୁ ଚେୟାର୍‌ ଖାଲି ଥିବାରୁ ଅଫିସ୍‌ କାମ ତ୍ୱରାନ୍ବିତ ହୋଇପାରୁନାହିଁ। ଖୋଦ୍‌ ବିଡିଓ ନିଜ ବ୍ଲକ୍‌ ସହ ୩ଟି ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବା କାର୍ଯ୍ୟ ସୁପରିଚାଳନା ଦିଗରେ ସଙ୍କଟ ସୃଷ୍ଟି କରିଛି।
ବ୍ଲକ୍‌ରେ ସମସ୍ତ ସମ୍ପ୍ରସାରଣ ଅଧିକାରୀଙ୍କ ପଦବୀ ଖାଲି ପଡ଼ିଛି। ସେହିପରି କାର୍ଯ୍ୟାଳୟର ପିଏ ପଦବୀରେ ମଧ୍ୟ କେହି ନ ଥିବା ବେଳେ ବ୍ଲକ ସାମାଜିକ ନିରାପତ୍ତା ଅଧିକାରୀ (ବିଏସ୍‌ଏସ୍‌ଓ)ଙ୍କ ପଦବୀରେ ମଧ୍ୟ କେହି ନଥିବା ଜଣାପଡ଼ିଛି। ମୁଖ୍ୟ କିରାଣି ଓ କ୍ୟାଶିୟର୍‌ ବ୍ଲକ ଅଫିସ୍‌ର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦବୀ । ନିକଟ ଅତୀତରେ ଏହି ଦୁଇଟି ପଦବୀରେ ଥିବା କର୍ମଚାରୀଙ୍କ ବଦଳି ହେବା ପରେ ସେମାନଙ୍କ ଚୌକି ମଧ୍ୟ ଖାଲି ପଡ଼ିଛି। ଏହା ବ୍ୟତୀତ ଏବେ କାଶୀନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ୪ ଟି କାର୍ଯ୍ୟାଳୟର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି। ତହସିଲଦାରଙ୍କ ଲମ୍ବା ଛୁଟି ଓ କାଶୀନଗର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ହୋଇିଥିବାରୁ ଉଭୟ କାର୍ଯ୍ୟାଳୟର ଦାୟିତ୍ୱ ମଧ୍ୟ ବିଡିଓଙ୍କୁ ଦିଆଯାଇଛି । ପାରମ୍ପରିକ ଭାବେ ସେ ମଧ୍ୟ ସବ୍‌ଟ୍ରେଜେରି ଅଫିସର ରହିଛନ୍ତି । ନିଜର ମୂଳ ଦାୟିତ୍ୱ ସହ ଅନ୍ୟ ତିନୋଟି ଗୁରୁତ୍ୱପୂର୍ଣ୍ଣ ଅଧିକାରୀ ଦାୟିତ୍ୱରେ ବିଡିଓ ରହିଥିବା ବେଳେ ବ୍ଲକ୍‌ ଅଫିସ୍‌ରେ ମୁଖ୍ୟ କିରାଣି ଓ କ୍ୟାଶିଅରଙ୍କ ବଦଳି ପରେ ସେମାନଙ୍କ ସ୍ଥାନରେ ଅନ୍ୟ କାହାକୁ ଦାୟିତ୍ୱ ଦିଆଯାଇ ନ ଥିବାରୁ ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ପରିସ୍ଥିତିରେ ସରକାରୀ କାର୍ଯ୍ୟ କିଭଳି ସୁଚାରୁ ରୂପେ ସମ୍ପାଦନ ହୋଇପାରିବ ତାକୁ ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଚିନ୍ତାବ୍ୟକ୍ତ କରିଛନ୍ତି । ତେଣୁ ଜିଲା ପ୍ରଶାସନ ତୁରନ୍ତ ଖାଲି ପଡ଼ିଥିବା ସମସ୍ତ ପଦବୀ ପୂରଣ ଦିଗରେ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri