ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ:  ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ/ମୋହନା, ୧୯ା୯(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଜିତେନ୍ଦ୍ର ନାଥ ନାୟକ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଧରାପଡି ଗିରଫ ହୋଇଛନ୍ତି। ନଂ.୨୫/୧୯ରେ ବୁଧବାର ସନ୍ଧ୍ୟାରେ ଜିତେନ୍ଦ୍ରଙ୍କୁ ତାଙ୍କ ଘରୁ ଗିରଫ କରାଯାଇଥିବା ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗୋପଟିମାର ଗଣ ଶିକ୍ଷକ ଦଣ୍ଡପାଣି ମଲ୍ଲିକ ଗତ ୪ ବର୍ଷତଳେ ପରମଙ୍ଗା ସ୍କୁଲରୁ ଡେପୁଟେସନରେ ଗତିମା ସ୍କୁଲକୁ ଯାଇଥିଲେ। ସେ ପୁଣିଥରେ ପରମଙ୍ଗା ସ୍କୁଲକୁ ବଦଳି ହୋଇ ଆସିବା ପାଇଁ ଶିକ୍ଷାଧିକରିଙ୍କ ନିକଟରେ ଆବେଦନ କରିଥିଲେ। ତାଙ୍କ ବଦଳି ଆବେଦନ ଫାଇଲଟି ଗୋଷ୍ଠୀ ଶିକ୍ଷାଧିକାରିଙ୍କ ନିକଟରେ ରହିଥିଲା। ଫାଇଲ ପ୍ରୋସେସିଂ ପାଇଁ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣି ଜିତେନ୍ଦ୍ରନାଥ ନାୟକ ଆବେଦନକାରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଶେଷରେ ୩ ହଜାର ଟଙ୍କା ଦେବାକୁ ସ୍ଥିର ହୋଇଥିଲା। ଏନେଇ ଶିକ୍ଷକ ଦଣ୍ଡପାଣି ଭିଜିଲାନ୍ସ ନିକଟରେ ଜଣାଇଥିଲେ। ଯୋଜନା ଅନୁଯାୟୀ ଦଣ୍ଡପାଣି ବୁଧବାର ସନ୍ଧ୍ୟାରେ କିରାଣୀଙ୍କୁ ତାଙ୍କ ଦାବି ମୁତାବକ ଟଙ୍କା ଦେବାକୁ କହିଥିଲେ। କିରାଣି ଜିତେନ୍ଦ୍ର ଶିକ୍ଷକ ଦଣ୍ଡପାଣିଙ୍କୁ ତାଙ୍କ ବାସଭବନକୁ ଆଣି ଟଙ୍କା ଦେବାକୁ କହିଥିଲେ। ଦଣ୍ଡପାଣି ସେଠାରେ ପହଞ୍ଚତ୍ ଜିତେନ୍ଦ୍ରଙ୍କୁ ୩ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢଉ କରି ଉକ୍ତ ଲାଞ୍ଚ ଟଙ୍କା ସହ କିରାଣି ଦଣ୍ଡପାଣିଙ୍କୁ ଗିରଫ କରିଥିବା ଏସ୍‌ପି ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍‌ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri