Posted inଖେଳ

ଫାଓ ଦାୟିତ୍ୱ ଗ୍ରହଣ କଲେ ଆଶୀର୍ବାଦ

କଟକ ଅଫିସ,୧୭ା୨-  ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର ସାଧାରଣ ପରିଷଦ ବୈଠକ ରବିବାର ପୂର୍ବାହ୍ନରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନବନିର୍ବାଚିତ କର୍ମକର୍ତ୍ତା ଦାୟିତ୍ୱ ଗ୍ରହଣ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ସମସ୍ତ ପ୍ରାର୍ଥି ନିର୍ବାଚିତ ହୋଇଥିବା ବେଳେ ନିର୍ବାଚନ ଅଧିକାରୀ ଉପେନ୍ଦ୍ର କୁମାର ଦାସ ସୌଜନ୍ୟମୂଳକ ଭାବେ କେବଳ ଫଳାଫଳ ଘୋଷଣା କରିଥିଲେ। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ ସଭାପତି ଦେବାଶିଷ ସାମନ୍ତରାୟ ପଦବୀ ବଜାୟ ରଖିଛନ୍ତି। ଦେବାଶିଷଙ୍କର ଏହା ଲଗାତାର ୩ୟ କାର୍ଯ୍ୟକାଳ। ଅନ୍ୟପକ୍ଷରେ ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ପ୍ରଥମ ଥର ପାଇଁ ଫୁଟବଲ ସଂଘର ଦାୟିତ୍ୱ ନେଇଛନ୍ତି। କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର, ଉପସଭାପତି ଭାବେ ବିଜୟ ଦାସ, ଦିଲ୍ଲୀପ ସାହୁ, ପ୍ରଦୀପ କିଶୋର ମହାନ୍ତି, ରବି ନାରାୟଣ ପଣ୍ଡା, ହୃଦୟ ରଞ୍ଜନ ବେହେରା, ବସନ୍ତ କୁମାର ପାଣିଗ୍ରାହୀ, ରାଜେନ୍ଦ୍ର ମହାନ୍ତି, ପ୍ରଦୀପ କୁମାର ଦାସ, ଯୁଗ୍ମ ସମ୍ପାଦକ ଭାବେ ଅଭିଜିତ ପାଲ, ସାହିଦ ଜବାର ଓ ବିଶ୍ୱରଞ୍ଜନ ଘଡ଼େଇ, କୋଷାଧ୍ୟକ୍ଷ ଭାବେ ଭକ୍ତବଲ୍ଲଭ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଫୁଟବଲ କ୍ରୀଡ଼ାର ଉଲ୍ଲେଖନୀୟ ବିକାଶ ନିମନ୍ତେ ଫାଓର ପୂର୍ବତନ ସମ୍ପାଦକ ସଞ୍ଜୟ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri