ଫାଙ୍କା ଗୁଳିଚାଳଣା ଘଟଣା: ନାରାୟଣ ସମେତ ୪ ଗିରଫ: ୨ ବନ୍ଧୁକ, ଗୁଳି ଜବତ

ପୁରୀ ଅଫିସ,୨୯ା୯: ବହୁ ଚର୍ଚ୍ଚିତ ତେଲି ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳିଚାଳଣା ଘଟଣାରେ ରବିବାର ଟାଉନ ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ମଦ ବ୍ୟବସାୟୀ ତଥା ବିଜେଡି ନେତା ନାରାୟଣ ସାହୁ ଏବଂ ତାଙ୍କ ସୁରକ୍ଷାକର୍ମୀ ଉତ୍ତରପ୍ରଦେଶର ବବୁଲ କୁମାର, ଅରୁଣ କୁମାର ଓ ଦେବେନ୍ଦ୍ର କୁମାର। ପୋଲିସ ସୁରକ୍ଷାକର୍ମୀଙ୍କଠାରୁ ୨ଟି ବନ୍ଧୁକ ଏବଂ ଗୁଳି ଜବତ କରିଛି। ଏ ନେଇ ଥାନାରେ କେସ୍‌ ନଂ. ୧୭୮/୧୯ରେ ମାମଲା ରୁଜୁ ହୋଇଛି ବୋଲି ଏସ୍‌ଡିପିଓ କ୍ଷୀରସାଗର ନାୟକ ସୂଚନା ଦେଇଛନ୍ତି। ନାରାୟଣଙ୍କ ନାମରେ ବିଭିନ୍ନ ଥାନାରେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ମାମଲା ରହିଥିବା ପୋଲିସ କହିଛି।
ସୂଚନାନୁଯାୟୀ, ଗତ ଅଗଷ୍ଟ ୪ ତାରିଖରେ ତେଲି ପଡିଆଠାରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ନାରାୟଣ ଏବଂ ତାଙ୍କ ସୁରକ୍ଷାକର୍ମୀମାନେ ମଦ ନିଶାରେ ଦୁଇଟି ବନ୍ଧୁକରୁ ପ୍ରାୟ ୬ ରାଉଣ୍ଡ ଗୁଳିଚାଳଣା କରିଥିଲେ। ଏନେଇ ଗତ ସପ୍ତାହ ଧରି ଉକ୍ତ କାର୍ଯ୍ୟକ୍ରମର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏଥିରେ ନାରାୟଣ ଏବଂ ତାଙ୍କ ସୁରକ୍ଷାକର୍ମୀମାନେ ଗୁଳି ଫୁଟାଇ ନାଚ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଥମେ ପୋଲିସ ଏହି ଘଟଣାକୁ ଏଡାଇ ଯିବାକୁ ଚେଷ୍ଟା କରିଥିଲା। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପୁରୀ ପୋଲିସ ପକ୍ଷରୁ ତପତ୍ରତା ପ୍ରକାଶ ପାଇଥିଲା। ପରେ ଘଟଣାର ତନଘନା ଆରମ୍ଭ କରିଥିଲା। ଘଟଣା ପରଠାରୁ ନାରାୟଣ ଏବଂ ତାଙ୍କ ସୁରକ୍ଷାକର୍ମୀ ଫେରାର ଥିଲେ। ରବିବାର ବାହାରକୁ ଚାଲିଯିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ ପୁରୀରୁ ଗିରଫ କରିଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?