Posted inଖେଳ

ଫାଙ୍କା ଷ୍ଟାଡିୟମରେ ଟି୨୦ ବିଶ୍ୱକପ୍‌ ଆୟୋଜନକୁ ବର୍ଡରଙ୍କ ନାପସନ୍ଦ

ମେଲବୋର୍ନ, ୧୪।୪(ପି.ଟି.)- କୋଭିଡ୍‌-୧୯ ମହାମାରୀ କାରଣରୁ ଏବେ ସାରା ବିଶ୍ୱର କ୍ରୀଡ଼ା ସ୍ଥାଣୁ ହୋଇଯାଇଛି। କରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏପରିସ୍ଥଳେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି। ତେବେ ଫାଙ୍କା ଷ୍ଟାଡିୟମରେ ଟି୨୦ ବିଶ୍ୱକପ୍‌ ଆୟୋଜନ ବିଚାରକୁ ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ଅଲାନ ବର୍ଡର ନାପସନ୍ଦ କରିଛନ୍ତି। ଶୂନ୍ୟ ଷ୍ଟାଡିୟମରେ ବିଶ୍ୱକପ ଆୟୋଜନ କରିବାନେଇ କଳ୍ପନା ମଧ୍ୟ କରିହେବ ନାହିଁ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଏହି ବିଶ୍ୱକପ୍‌ ଅଷ୍ଟ୍ରେଲିଆରେ ଆସନ୍ତା ଅକ୍ଟୋବର ୧୮ରୁ ଆରମ୍ଭ ହୋଇ ନଭେମ୍ବର ୧୫ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି।

କୋଭିଡ୍‌- ୧୯ କାରଣରୁ ବର୍ତ୍ତମାନ ଅଷ୍ଟ୍ରେଲିଆ ସରକାର ତା’ର ସୀମାକୁ ୬ ମାସ ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିଛି। ଅଷ୍ଟ୍ରେଲିଆରେ ଏହି ଭାଇରସ ସଂକ୍ରମଣ ଯୋଗୁ ୬୧ଜଣ ମୃତ୍ୟୁବରଣ କରିଥିବା ବେଳେ ୬୪,୦୦୦ ଲୋକ ସଂକ୍ରମିତ ହୋଇଛନ୍ତି। ଏଭଳି ସ୍ଥିତିରେ ଦର୍ଶକଙ୍କ ଅନୁପସ୍ଥିତିରେ ଫାଙ୍କା ଷ୍ଟାଡିୟମରେ ବିଶ୍ୱକପ୍‌ ଆୟୋଜନ କରିବାକୁ କ୍ରିକେଟ ଅଷ୍ଟ୍ରେଲିଆ ନିଷ୍ପତ୍ତି ନେଇପାରେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଏହା ଗ୍ରହଣୀୟ ନୁହଁ ଓ ଏହା ଚିନ୍ତା କରିବା ଅମୂଳକ ବୋଲି ବର୍ଡର କହିଛନ୍ତି। ଯଦି ଷ୍ଟାଡିୟମକୁ ଦର୍ଶକ ନ ଆସନ୍ତି ତା’ହେଲେ ଏହି ମେଗା ଇଭେଣ୍ଟ ଆୟୋଜନ କଥା ଚିନ୍ତା କରିପାରୁ ନାହିଁ। ତେବେ ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ ତରଫରୁ କିଛି କୁହାଯାଇନାହିଁ। ଏହି ଟୁର୍ନାମେଣ୍ଟକୁ ପୂର୍ବରୁ ଯେଉଁଭଳି ଆୟୋଜିତ ହେଉଥିଲା ଠିକ୍‌ ସେହିଭଳି ଆୟୋଜନ ହେବା ଉଚିତ। ଯଦି ସମ୍ଭବ ନୁହଁ ତେବେ ଏହାକୁ ବାତିଲ କରିବା ଶ୍ରେୟସ୍କର ହେବ ବୋଲି ୬୪ ବର୍ଷୀୟ ବର୍ଡର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?