ଫାଟିଲା ଜାନିବିଲି ନୂତନ ପାଇପ୍‌ଲାଇନ

ବ୍ରହ୍ମପୁର ଅଫିସ,୨୬ା୫-ଖରା ବଢୁଥିବା ବେଳେ ବ୍ରହ୍ମପୁର ସହରରେ ଉତ୍କଟ ହୋଇଛି ଜଳ ସଙ୍କଟ। ଏହାକୁ ଦୂର ପାଇଁ ରାଜ୍ୟ ସରକାର ଜାନିବିଲି ଜଳଯୋଗାଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କିନ୍ତୁ ପ୍ରକଳ୍ପ କାର୍ଯ୍ୟ ଏଯାଏ ଅସମ୍ପୂର୍ଣ୍ଣ ହୋଇ ରହିଥିବା ବେଳେ ବିଛା ଯାଇଥିବା ପାଇପ୍‌ଲାଇନ ଗୁଡିକରେ ପରୀକ୍ଷା ମୂଳକ ଭାବେ ଜଳଯୋଗାଣ ବେଳେ ଫାଟି ଯିବାରୁ ଜଳ ନଷ୍ଟ ହେଉଥିବା ଲକ୍ଷ୍ୟ କରାଯାଇଛି।
ଜାନିବିଲି ପ୍ରକଳ୍ପ ଉଦ୍‌ଘାଟନ ପରେ ଲୋଚାପଡା ସମେତ ଅନ୍ୟ କେତେକ ଅଞ୍ଚଳରେ ଶନିବାର ନୂତନ ପାଇପ୍‌ ଲାଇନ ଫାଟିିଥିବା ଦେଖାଯାଇଥିଲା। ଅପରାହ୍ନରେ ଅଞ୍ଚଳବାସୀଙ୍କ ଅଭିଯୋଗ ପରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତାକୁ ବଦଳାଯାଇ ନୂତନ ପାଇପ୍‌ ଖଞ୍ଜା ଯାଇଥିଲା।
ସହରକୁ ଖରାଦିନରେ ହେଉଥିବା ଜଳାଭାବ ଦୂର କରିବାକୁ ପ୍ରାୟ ୩୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜାନିବିଲି ଜଳଯୋଗାଣ ପ୍ରକଳ୍ପ ରାଜ୍ୟ ସରକାର ହାତକୁ ନେଇଛନ୍ତି। ଗତ ମାର୍ଚ୍ଚ ୩ରେ ମୁଖ୍ୟମନ୍ତ୍ରୀ ସାଧାରଣ ନିର୍ବାଚନ ପୂର୍ବରୁ ଏହି ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ। କିନ୍ତୁ ସହରରେ ବିଛା ଯାଇଥିବା ପାଇପ୍‌ଲାଇନରେ ପରୀକ୍ଷାମୂଳକ ଭାବେ ଜଳଯୋଗାଣ ବେଳେ ଅନେକ ସ୍ଥାନରେ ଫାଟି ଯାଇ ଜଳ ନଷ୍ଟ ହେଉଥିବା ଦୃଷ୍ଟିକୁ ଆସିଛି। ଶନିବାର ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଗେଟବଜାର ଗୋକର୍ଣ୍ଣେଶ୍ୱର ମନ୍ଦିର ପାର୍ଶ୍ୱରେ। ମନ୍ଦିର ପାର୍ଶ୍ୱ ରାସ୍ତା ଦେଇ ବିଛା ଯାଇଥିବା ଏକ ନୂତନ ପାଇପ୍‌ଲାଇନ ଫାଟି ପାଣି ରାସ୍ତାରେ ଭାସୁଥିବା ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ଜାନିବିଲି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜଗଦଳପୁରସ୍ଥିତ ଟ୍ରିଟମେଣ୍ଟ ପ୍ଲାଣ୍ଟ ସଞ୍ଚାଳନ ବେଳେ ଜିଲା ପ୍ରଶାସନର ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀଙ୍କ ସମ୍ମୁଖରେ ଜନସ୍ବାସ୍ଥ୍ୟ ବିଭାଗ ଓ ପ୍ରକଳ୍ପ କାର୍ଯ୍ୟ ହାତକୁ ନେଇଥିବା ସଂସ୍ଥା ଅଧିକାରୀମାନେ ପ୍ରକଳ୍ପ କାର୍ଯ୍ୟରେ ସର୍ବୋତ୍କୃଷ୍ଟ ପାଇପ୍‌ ଲାଇନ ବ୍ୟବହାର କରାଯିବା ସହ ନିର୍ମାଣ କାର୍ଯ୍ୟ ମଧ୍ୟ ଉଚ୍ଚକୋଟୀର କରାଯାଉଥିବା ନେଇ ମତ ଦେଇଥିଲେ। କିନ୍ତୁ ଉଦ୍‌ଘାଟନର ୩ମାସ ନ ପୂରୁଣୁ ପରୀକ୍ଷାମୂଳକ ଭାବେ ଜଳଯୋଗାଣ ବେଳେ ଏକାଧିକ ସ୍ଥାନରେ ପାଇପ୍‌ ଫାଟିଥିବା ଦୃଷ୍ଟିକୁ ଆସିଛି। ଯାହା ପାଇପ୍‌ଲାଇନ ତଥା ନିର୍ମାଣ କାର୍ଯ୍ୟର ଗୁଣବତ୍ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରୁଥିବା ଚର୍ଚ୍ଚା ହେଉଛି। ସମ୍ପୃକ୍ତ ଘରୋଇ ସଂସ୍ଥା ଓ ଜନସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri