Posted inଜାତୀୟ

ଫାରୁକ୍‌ଙ୍କ ମୁକ୍ତି ପାଇଁ ସୁପ୍ରିମକୋର୍ଟ ଗଲେ ଭାଇକୋ

ନୂଆଦିଲ୍ଲୀ,୧୨ା୯(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ମୁକ୍ତ କରିବା ପାଇଁ ବୁଧବାର ରାଜ୍ୟ ସଭା ସଦସ୍ୟ ତଥା ଏମ୍‌ଡିଏମ୍‌କେ ଅଧ୍ୟକ୍ଷ ଭାଇକୋ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନ ଅବ୍‌ଦୁଲ୍ଲାଙ୍କୁ ବେଆଇନ ଭାବେ ଗୃହବନ୍ଦୀ ରଖିଥିବା ଦର୍ଶାଇ ତାଙ୍କୁ କୋର୍ଟରେ ହାଜର କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି। ଚେନ୍ନାଇରେ ଆସନ୍ତା ୧୫ରେ ହେବାକୁ ଥିବା ତାମିଲନାଡ଼ୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସି.ଏନ୍‌. ଆନ୍ନାଦୁରାଇଙ୍କ ଜୟନ୍ତୀ ଅବସରରେ ହେବାକୁ ଥିବା ଶାନ୍ତିପୂର୍ଣ୍ଣ ଓ ଗଣତାନ୍ତ୍ରିକ ବାର୍ଷିକ ସମ୍ମିଳନୀରେ ଯୋଗଦେବା ପାଇଁ ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଅବ୍‌ଦୁଲ୍ଲାଙ୍କୁ ଅନୁମତି ପ୍ରଦାନ କରାଯାଉ ବୋଲି ଭାଇକୋ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri