Posted inଜାତୀୟ

ଫାରୁକ୍‌ ଅବଦୁଲ୍ଲା ପିଏସ୍‌ଏରେ ଅଟକ: କେନ୍ଦ୍ର ଓ ଜମ୍ମୁ-କଶ୍ମୀରକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୯(ପି.ଟି.): ଜମ୍ମୁ-କଶ୍ମୀରରୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲାଙ୍କୁ ଅଟକ ରଖାଯିବା ନେଇ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ ଜବାବ ମାଗିଛନ୍ତି। ଜମ୍ମୁ-କଶ୍ମୀରର ଜନସୁରକ୍ଷା ଆଇନ (ପିଏସ୍‌ଏ)ରେ ଫାରୁକ୍‌ଙ୍କୁ ଅଟକ ରଖାଯାଇଥିବା ରାଜ୍ୟ ପ୍ରଶାସନ ଜଣାଇଛନ୍ତି। ଫାରୁକ୍‌ଙ୍କ ଅଟକକୁ ବିରୋଧ କରି ଏମ୍‌ଡିଏମ୍‌କେ ନେତା ଭାଇକୋ ପିଟିଶନ୍‌ ଦାଏର କରିଥିଲେ। ଏହାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୩୦କୁ ଧାର୍ଯ୍ୟ କରାଯାଇଛି। ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନ୍‌ସି) ନେତା ଫାରୁକଙ୍କୁ ବେଆଇନ ଭାବେ ଅଟକ ରଖାଯାଇଥିବା ଭାଇକୋ ତାଙ୍କ ପିଟିଶନ୍‌ରେ ଅଭିଯୋଗ କରିଥିଲେ।
ଅନ୍ୟପକ୍ଷରେ ଫାରୁକ୍‌ଙ୍କ ଅଟକକୁ ତାଙ୍କ ଦଳ ଚ୍ୟାଲେଞ୍ଜ କରିବ ବୋଲି କହିଛି। ଏନ୍‌ସି ଅଧ୍ୟକ୍ଷଙ୍କୁ ଅଟକ ରଖିବାର କୌଣସି ଯଥାର୍ଥତା ନାହିଁ। ଯଦି ସେମାନେ ତାଙ୍କୁ ପୁରୁଣା ପିଏସ୍‌ଏରେ ଅଟକ ରଖିଥାନ୍ତି ତେବେ ଏହା ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କୋର୍ଟକୁ ଯିବେ ବୋଲି ବରିଷ୍ଠ ନେତା ମହମ୍ମଦ ଆକବର ଲୋନ୍‌ ଖବରଦାତାଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri