ଫାର୍ମହାଉସରେ ବନବିଭାଗର ଚଢାଉ: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ବୁରାଟ ଗାଁରେ ଏକ ଫାର୍ମହାଉସ୍‌ ଭିତରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଫାର୍ମହାଉସ ମାଲିକଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ୧୦୦ ଖଣ୍ଡ ଶାଗୁଆନ କାଠପଟା ଓ ୫ ଖଣ୍ଡ ଗଣ୍ଡି ବନବିଭାଗ ଜବତ କରିଥିବା ଜଣାପଡ଼ିଛି।
ଉକ୍ତ ଫାର୍ମହାଉସରୁ ବାହାରକୁ ଚୋରା କାଠପଟା ଚାଲାଣ ହେଉଥିବା ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ କଳାହାଣ୍ଡି ଡିଏଫ୍‌ଓ ନିତେଶ କୁମାରଙ୍କ ନିର୍ଦ୍ଦେଶ କ୍ରମେ ଏସିଏଫ୍‌ ବଂଶୀଧର ସ୍ବାଇଁଙ୍କ ତତ୍ତ୍ୱାବଧାନରେ ମ.ରାମପୁର ବନ ବିଭାଗ ରେଞ୍ଜର କେଶବ ମାଝି ସଦଳବଳ ଚଢାଉ କରିଥିବା ରାଜ୍ୟ ଅଣଗେଜେଟେଡ୍‌ ବନସେବା ସଂଘ ଉପସଭାପତି ଭବାନୀଶଙ୍କର ପରିଚ୍ଛା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri