ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ଚିକିତ୍ସାଳୟ

ତେଲକୋଇ, ୧।୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ସିରିଗିଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଚଳାବସ୍ଥା। ଜଣେ ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟ କେନ୍ଦ୍ର। ଦୀର୍ଘ ଦିନରୁ ଡାକ୍ତର ଅଭାବ ଯୋଗୁ ୫ଟି ପଞ୍ଚାୟତର ୪୮ଟି ଗ୍ରାମବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହୋଇଛନ୍ତି। ବହୁ ଛାତ୍ରୀଛାତ୍ର ଏବଂ ର୍ଗା ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରି ହଇରାଣ ହେଉଛନ୍ତି। ଅନ୍ୟପକ୍ଷରେ ସ୍ଥାନୀୟ ସରପଞ୍ଚ ଜିଙ୍ଗପାଟ ପିଙ୍ଗୁଆ ବିଭିନ୍ନ ସମୟରେ ଜିଲାପାଳଙ୍କ ଜନଶୁଣାଣିରେ ଡାକ୍ତର ନିଯୁକ୍ତି ଦାବି କରି ବିଫଳ ହୋଇଛନ୍ତି। ରାଜ୍ୟ ସରକାର ୫ଟି ଯୋଜନାରେ ସ୍ବାସ୍ଥ୍ୟସେବାକୁ ଅଗ୍ରାଧିକାର ଦେଇଥିବା ବେଳେ ଏହି ଆଦିବାସୀ ବହୁଳ ଅଞ୍ଚଳରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ସିରିଗିଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଫାର୍ମାଶିଷ୍ଟଙ୍କୁ ପଚାରିବାରୁ ସେ କହିଲେ ଯେ ବର୍ତ୍ତମାନ ସୁଦ୍ଧା କୌଣସି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇ ନାହିଁ। ଏସମ୍ପର୍କରେ ସିଡିଏମଓ ଅଶୋକ ଦାସଙ୍କୁ ପଚାରିବାରୁ ୯୫ ଜଣ ଡାକ୍ତରଙ୍କ ଅଭାବ ଅଛି। ତେବେ ସ୍ବତନ୍ତ୍ର ଭାବେ ଜଣେ ଡାକ୍ତରଙ୍କୁ ଏକ ମାସ ମଧ୍ୟରେ ଦାୟିତ୍ୱ ଦିଆଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri