ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ବିଗୁଡୁଛି ଖଣି ଅଞ୍ଚଳ ଆର୍ଥିକ ପରିସ୍ଥିତି : ଲାଗି ରହିଛି ଅଚଳାବସ୍ଥା

କାଳିଆପାଣି,୩ା୯(ଡି.ଏନ୍‌.ଏ.)- କ୍ରୋମାଇଟ ଖଣି ଅଞ୍ଚଳରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ ଲାଗି ରହିଥିବାରୁ ଅଞ୍ଚଳର ଆର୍ଥିକ ପରିସ୍ଥିତି ବିଗିଡିବାରେ ଲାଗିଛି ା ୧୪ ଦିନ ଧରି ଅଚଳାବସ୍ଥା ହେବାରୁ ଶ୍ରମିକ, କର୍ମଚାରୀ, ଟ୍ରକ୍‌ ମାଲିକ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରତିଦିନ କୋଟି କୋଟି ଟଙ୍କା ଆର୍ଥତ୍କ କ୍ଷତି ଖଣି କର୍ତ୍ତୃପକ୍ଷ ସହୁଛନ୍ତି । ଅଗଷ୍ଟ ୨୦ ତାରିଖରୁ ଖଣି ଅଞ୍ଚଳରୁ କ୍ରେମାଇଟ ପରିବହନରେ ବିବାଦ ଲାଗିରହିଥିବାରୁ ପରିବହନ ସମ୍ପୂର୍ଣ୍ଣ ଠପ୍‌ ହୋଇପଡ଼ିଛି। ଏହାର ପ୍ରଭାବ ଖଣି ଅଞ୍ଚଳରେ ସିଧାସଳଖ ପଡ଼ିବା ସହ ଖଣି ସହ ଜଡ଼ିତ ରହିଥିବା ଦୋକାନ ବଜାର ମଧ୍ୟ ପ୍ରଭାବିତ ହୋଇଛି। ସେହିପରି ପରିବହନ ବନ୍ଦ ରହିବାରୁ ଲୋଡିଂ ଶ୍ରମିକ ଓ ଟ୍ରକ୍‌ ଡ୍ରାଇଭର ସିଧା ସଳଖ ପ୍ରଭାବିତ ହେଉଛନ୍ତି। ହୋଟେଲ ବଜାରଗୁଡ଼ିକ ବନ୍ଦ ରହିଥିବାରୁ ଜିଲାର ବିଭିନ୍ନ ଅଞ୍ଚଳରୁ କ୍ରୋମାଇଟ ଲୋଡିଂ ନିମନ୍ତେ ଆସିଥିବା ଟ୍ରକ୍‌ ଡ୍ରାଇଭର ଓ ହେଲପର ୧୦ କିମି ଦୂର ବାଟରେ ଥିବା ହୋଟେଲକୁ ଯାଉଛନ୍ତି। ଗତ ୩୧ ତାରିଖ ଦିନ ଡିଡିଏମ୍‌ଙ୍କ ପକ୍ଷରୁ ଆହୂତ ସମାଧାନ ବୈଠକ ବିଫଳ ହେବାରୁ ପୁନରାୟ କେଉଁ ଦିନ ସମାଧାନ ହେବ ସେ ନେଇ ଆଶଙ୍କା ଦେଖାଦେଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ନିୟମକୁ କାର୍ଯ୍ୟକାରୀ କରିବାରେ ଜିଲା ପ୍ରଶାସନର ବିଫଳତା ଖଣି ଅଞ୍ଚଳ ସହ ଜିଲାକୁ ଆର୍ଥିକ ସଙ୍କଟ ଆଡ଼କୁ ଠେଲିଦେଉଥିବା କେତେଜଣ ଅର୍ଥନୀତିଜ୍ଞ ପ୍ରକାଶ କରିଛନ୍ତି। ଅଞ୍ଚଳରେ ଅଶାନ୍ତି ବାତାବରଣ ଦିନକୁ ଦିନକୁ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ବିଧାୟକଙ୍କ ନୀରବତା ସାଧାରଣରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri