ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥାକୁ ବିରୋଧ:୧୯ ଆନ୍ଦୋଳନକାରୀ ଗିରଫ, ଉତ୍ତେଜନା

ତାଳଚେର,୬ା୧୨(ନି.ପ୍ର.)

କୋଇଲା ପରିବହନରେ ସୁବ୍ୟବସ୍ଥା ପାଇଁ ଏମ୍‌ସିଏଲ୍‌ର ବଳରାମ ଖଣିରେ ଗୁରୁବାର ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥା ଲାଗୁ କରାଯାଇଥିଲେ ହେଁ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। କାର୍ଯ୍ୟର କିଛି ସମୟ ପରେ ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଏହାକୁ ବିରୋଧ କରି ଜିରୋ ପଏଣ୍ଟଠାରେ ରାସ୍ତା ଅବରୋଧ କରିବାରୁ କଲିୟାରୀ ପୋଲିସ ଶତାଧିକ ଆନ୍ଦୋଳନକାରୀଙ୍କୁ ଉଠାଇ ଆଣି ଜଗନ୍ନାଥ କଳାକେନ୍ଦ୍ରରେ ଅଟକ ରଖିଥିଲା। ରାତିରେ ସେମାନଙ୍କ ମଧ୍ୟରୁ ୧୯ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ରିପୋର୍ଟ ଲେଖାହେବା ବେଳକୁ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।
ପ୍ରକାଶ ଯେ, କୋଇଲା ପରିବହନ ସମସ୍ୟାକୁ ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଗତ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଉକ୍ତ ନିଷ୍ପତ୍ତି ଅନୁଯାୟୀ ଗୁରୁବାର ସକାଳ ସାଢେ ୮ଟାରେ ବଳରାମ ଖଣିରେ ପୋଲିସ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କାର୍ଯ୍ୟ ଆରମ୍ଭ କରାଯାଇଥିଲା। କିଛି ଟ୍ରକ୍‌ ଲାଇନରେ ଟୋକନ ନେଇ କୋଇଲା ଲୋଡିଂ କରିଥିଲେ। କିନ୍ତୁ ସାଢେ ୯ଟା ବେଳେ ଡଅଁରା ଗ୍ରାମବାସୀ ଏଥିରେ ରାଜି ନୁହଁ କହି ନିଜ ନିଜର ଟ୍ରକ୍‌ ଲୋଡିଂ ପଏଣ୍ଟରୁ ଫେରାଇ ଆଣିଥିଲେ। ଏହାକୁ ନେଇ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଗ୍ରାମକୁ ବିସ୍ଥାପିତ କରା ନ ଯିବା ପର୍ଯ୍ୟନ୍ତ ୨ ଓ ୩ ନମ୍ବର କଣ୍ଟାରେ ଆଉଟସୋର୍ସିଂ କୋଇଲା ଗ୍ରାମର ଟ୍ରକ୍‌କୁ ଯୋଗାଇ ଦିଆଯିବାକୁ ଗ୍ରାମବାସୀ ଦାବି କରିଥିଲେ। ଏଥିରେ ଖଣି କର୍ତ୍ତୃପକ୍ଷ ରାଜି ନ ହେବାରୁ ଗ୍ରାମବାସୀ ଜିରୋ ପଏଣ୍ଟଠାରେ ରାସ୍ତାରୋକୋ କରିଥିଲେ। ପୋଲିସ ସେଠାରୁ ଶହେରୁ ଊର୍ଦ୍ଧ୍ୱ ଆନ୍ଦୋଳନକାରୀଙ୍କୁ ଉଠାଇ ଆଣି ଜଗନ୍ନାଥ କଳାକେନ୍ଦ୍ରରେ ଅଟକ ରଖିଥିଲା। ଖବରପାଇ ଗ୍ରାମର ମହିଳାମାନେ ଜିରୋ ପଏଣ୍ଟକୁ ଆସି ଆନ୍ଦୋଳନ କରିବାରୁ ସେଠାରେ ଉତ୍ତେଜନା ଲାଗି ରହିଛି। କୋଇଲା ପରିବହନ ମଧ୍ୟ ବନ୍ଦ ରହିଛି। ପୋଲିସ ରାତିରେ ଅଟକ ଥିବା ଆନ୍ଦୋଳନକାରୀଙ୍କ ମଧ୍ୟରୁ ୧୯ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏ ସଂକ୍ରାନ୍ତରେ କଲିୟାରୀ ଥାନାରେ ନଂ. ୪୨୨/୧୯ରେ ଏକ ମାମଲା ରୁଜୁ କରାଯାଇଛି। ହାଇକୋର୍ଟଙ୍କ ଆଦେଶକୁ ଅବମାନନା କରିବା, ବେଆଇନ ଭାବେ ଜିରୋ ପଏଣ୍ଟକୁ ବନ୍ଦ କରିବା ଓ ପୋଲିସକୁ ଆକ୍ରମଣ କରିବା ଅଭିଯୋଗରେ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ବିଜୟଙ୍କ ସମର୍ଥନରେ ବାହାରିଲେ କମଲ ହାସନ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ, ଅଭିନେତା ବିଜୟଙ୍କ ଦଳ, ‘ତାମିଜାଗା ଭେଟ୍ରି କାଝାଗମ’ (ଟିଭିକେ), ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଫଳସ୍ବରୂପ, ରାଜ୍ୟରେ ସରକାର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri