ଫିକା ପଡିବ ଅଲିମ୍ପିକ୍‌ ମଶାଲ ରିଲେ: ଉତ୍ସବରେ ରହିବେନି ମଶାଲ, ବାହକ, ଜନସାଧାରଣ

ଟୋକିଓ,୨୪।୩(ଏପି): କୋଭିଡ-୧୯ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ବିଶ୍ୱର ଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ ମଧ୍ୟ ଏଥିରେ ପ୍ରଭାବିତ ହେବାକୁ ଯାଉଛି। ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଅଲିମ୍ପିକ୍‌ ମଶାଲ ରିଲେ ଫିକା ପଡିବା ନିଶ୍ଚିତ ହୋଇଛି। ଜାପାନର ଉତ୍ତର ପୂର୍ବାଞ୍ଚଳରେ ଥିବା ଫୁକୁଶିମାରେ ଏହି ମଶାଲ ରିଲେର ଆୟୋଜନ ହେବ। ଏହି ରିଲେ ଉତ୍ସବରେ କୌଣସି ମଶାଲ ରହିବ ନାହିଁ। ସେହିପରି ମଶାଲ ବାହକ ଓ କୌଣସି ଜନସାଧାଣ ମଧ୍ୟ ସାମିଲ ରହିବେନି। କେବଳ ମାତ୍ର ଏକ ଛୋଟିଆ ଉତ୍ସବରେ ଏହା ଆୟୋଜନ ହେବ।
ତେବେ ଏଥିରେ ଅଲିମ୍ପିକ ଜ୍ୟୋତି ରହିବ। ଏକ ଲଣ୍ଠନ ମାଧ୍ୟମରେ ଏହି ଜ୍ୟୋତି ଗ୍ରୀସ୍‌ରୁ ମାର୍ଚ୍ଚ ୧୨ ତାରିଖରୁ ଆସି ପହଞ୍ଚିଥିଲା। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏକ ଗାଡିରେ ଅଣାଯାଇଥିଲା। ଏହି ଉତ୍ସବ ସମ୍ପୂର୍ଣ୍ଣ ଭାବେ ଜନଶୁନ୍ୟ ପରିବେଶ ଆୟୋଜିତ ହେବ। ଅଲିମ୍ପିକ୍ସ ଆୟୋଜକ କମିଟି ମୁଖ୍ୟ କାର୍ଯ୍ୟନିର୍ବାହୀ ତୋଶିରୋ ମୁଟୋ ଏ ନେଇ ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରିଛନ୍ତି।
ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ଅନିଶ୍ଚିତତା ଆଡକୁ ଚାଲିଯାଇଛି। ଆସନ୍ତା ୪ ସପ୍ତାହ ମଧ୍ୟରେ ଅଲିମ୍ପିକ୍ସ ଆୟୋଜନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଅଧ୍ୟକ୍ଷ ଥୋମାସ ବାକ୍‌ କହିବା ପରେ ଏହି ମେଗାଇଭେଣ୍ଟର ଆୟୋଜନ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଅଲିମ୍ପିକ୍ସକୁ ସ୍ଥଗିତ ରଖିବା ଏବେ ଅପରିହାର୍ଯ୍ୟ ହୋଇପଡିଛି ବୋଲି ସାରା ବିଶ୍ୱର କ୍ରୀଡ଼ା ଜଗତ ହୃଦୟଙ୍ଗମ କରିଛି। ତେବେ ଅଲିମ୍ପକ୍ସ ବାତିଲ ସମ୍ଭାବନାକୁ ବାକ୍‌ ପ୍ରତ୍ୟାଖାନ କରିଛନ୍ତି।
ଉଲ୍ଲେଖଥାଉ କି, ସୋମବାର କାନାଡ଼ା ଓ ଅଷ୍ଟ୍ରେଲିଆନ ଅଲିମ୍ପିକ କମିଟି ଅଲିମ୍ପିକ୍ସକୁ ସେମାନଙ୍କ ଆଥଲେଟଙ୍କୁ ନ ପଠାଇବାକୁ ଘୋଷଣା କରିଥିଲା। ଯଦି ପୂର୍ବନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜୁଲାଇରେ ଅଲିମ୍ପିକ୍‌ ଆରମ୍ଭ ହୁଏ ତେବେ ଏହି ଦୁଇ ଦେଶ ଓହରିଯିବେ ବୋଲି ପରୋକ୍ଷରେ ଘୋଷଣା କରିଛନ୍ତି। ଏବେ ଅନ୍ୟ ଦେଶ ଓ ଆସୋସିଏଶନଗୁଡିକ ଅଷ୍ଟ୍ରେଲିଆ ଏବଂ କାନାଡ଼ା ପଥ ଅନୁସରଣ କଲେ ଆଇଓସି ଉପରେ ଚାପ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri