Posted inଖେଳ

ଫିଫା ଯୋଗ୍ୟତା ପର୍ଯ୍ୟାୟ: ଭାରତୀୟ ଦଳରେ ଧୀରଜ ନୂଆ ମୁହଁ

ନୂଆଦିଲ୍ଲୀ, ୭।୧୧ (ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ଏହାର ପ୍ରଥମ-ଲେଗ୍‌ ମ୍ୟାଚରେ ଆଫଗାନିସ୍ତାନକୁ ଭେଟିବ। ଏଥିଲାଗି ମୁଖ୍ୟ କୋଚ୍‌ ଇଗର୍‌ ଷ୍ଟିମାକ ବୁଧବାର ୨୬ ଜଣିଆ ଭାରତୀୟ ଦଳ ଘୋଷଣା କରିଛନ୍ତି। ନୂଆ ମୂହଁ ଭାବେ ଯୁବ ଗୋଲକିପର ମୋଇରାଙ୍ଗଥେମ୍‌ ଧୀରଜ ସିଂଙ୍କୁ ଏହି ଦଳରେ ସ୍ଥାନ ମିଳିଛି। ଏହି ମ୍ୟାଚ୍‌ ଆସନ୍ତା ୧୪ରେ ନିରପେକ୍ଷ ଭେନ୍ୟୁ ତାଜିକସ୍ତାନର ରାଜଧାନୀ ଦୁଶାନବେରେ ଖେଳାଯିବ। ଏହାପରେ ଭାରତ ଏହାର ଦ୍ୱିତୀୟ-ଲେଗ୍‌ ମ୍ୟାଚ୍‌ରେ ଓମାନ ବିପକ୍ଷରେ ଖେଳିବ। ନଭେମ୍ବର ୧୯ରେ ମସ୍କଟଠାରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ପୂର୍ବରୁ ସେପ୍ଟେମ୍ବର ୫ରେ ଘରୋଇ ମାଟିରେ ଖେଳାଯାଇଥିବା ଓମାନ ବିପକ୍ଷ ମ୍ୟାଚ୍‌କୁ ଭାରତ ୧-୨ ଗୋଲରେ ହାରିଯାଇଥିଲା। ଗତବର୍ଷ ଭାରତରେ ଖେଳାଯାଇଥିବା ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ମ୍ୟାଚ୍‌ରେ ଧୀରଜଙ୍କ ପ୍ରଦର୍ଶନ ବେଶ୍‌ ପ୍ରଭାବୀ ରହିଥିଲା। ଧୀରଜଙ୍କ ସମେତ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଖେଳିଥିବା ଭାରତୀୟ ଦଳର ଅଧିନାୟକ ଅମରଜିତ୍‌ ସିଂ ଓ ଡିଫେଣ୍ଡର ଅନଓ୍ବର ଅଲୀଙ୍କୁ ମଧ୍ୟ ସିନିୟର ଦଳରେ ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri