Posted inଜାତୀୟ

ଫିଲ୍ମ ଅନ୍ଦାଜରେ କମ୍ପାନୀରେ ହଙ୍ଗାମା କଲେ ଯୁବତୀ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜହାଁଗିରପୁରୀରେ ରହୁଥିବା ଜଣେ ଯୁବତୀଙ୍କୁ ନିଜ ଅଫିସରେ ହଙ୍ଗାମା କରିଥିବା ଦେଖିବାକୁ ମିଳିଛି। ସେକ୍ଟର-୧୮ ସ୍ଥିତ ଥିବା ଏକ କନଷ୍ଟ୍ରକସନ୍‌ କମ୍ପାନୀ ଜିଆର ଇମ୍ଫ୍ରାରେ ଯୁବତୀ ଜଣଙ୍କ କାର୍ଯ୍ୟରତ ଥିଲେ। ଡ୍ରାଫ୍ଟସ୍‌ମ୍ୟାନ ପଦରେ ୬ ମାସ ପାଇଁ ଟ୍ରେନିଙ୍ଗ ପିରିୟଡରେ ରହିଥିଲେ। ମହିଳାକର୍ମୀଙ୍କ ଦ୍ୱାରା ଗଠିତ ହୋଇଥିବା ହ୍ବାଟସ୍‌ ଆପ୍‌ ଗ୍ରୁପରେ ଉକ୍ତ ଯୁବତୀ ଅଫିସର ପରିସ୍ଥିତକୁ ନେଇ ମହିଳାଙ୍କ ପାଇଁ ସୁରକ୍ଷିତ ନୁହେଁ ବୋଲି ମ୍ୟାସେଜ କରିଥିଲେ। ଏହି ମ୍ୟାସେଜ କେଉଁଭଳି ଭାବେ କମ୍ପାନୀର ମ୍ୟାନେଜମେଣ୍ଟ ପାଖରେ ପହଞ୍ଚିଥିଲା। ମ୍ୟାନେଜର ଓ ଅନ୍ୟ ଅଫିସରଙ୍କ ସହ ଏକ ମିଟିଙ୍ଗ କରାଯାଇ ଯୁବତୀଙ୍କୁ ଇସ୍ତଫା ଦେବାକୁ କୁହାଯାଇଥିଲା। ଏଥିସହ ଏହି ଟ୍ରେନିଂ ପିରିୟଡରେ ତାଙ୍କର କାର୍ଯ୍ୟଶୈଳି ଭଲ ନାହିଁ ଏବଂ ମ୍ୟାସେଜ ଡିଲିଟ କରି କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ମ୍ୟାନେଜମେଣ୍ଟ କହିଥିଲା। ଏହି କାର୍ଯ୍ୟାନୁଷ୍ଠାନରୁ ଯୁବତୀ ଜଣକ ଚିନ୍ତାଗ୍ରସ୍ତ ହୋଇ କମ୍ପାନୀର ୪ମହଲାକୁ ଚଢ଼ିଯାଇଥିଲେ। ଛାତରୁ ଡେଇଁ ଆତ୍ମହତ୍ୟା କରିବା ପାଇଁ ଧମକ ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ଅଫିସର କର୍ମଚାରୀମାନେ ତାଙ୍କୁ ବହୁ ବୁଝାସୁଝା କରିଥିଲେ। ହେଲେ ଯୁବତୀ ଜଣକ କାହାରି କଥା ଶୁଣି ନ ଥିଲେ। ପରେ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି ମ୍ୟାନେଜର ପ୍ରତିଶୃତି ଦେବା ପରେ ଯୁବତୀ ଜଣଙ୍କ ତଳକୁ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri