ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ କରିବାକୁ ଓଏଫ୍‌ଡିସିର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ସିନେମା ହଲ୍‌ଗୁଡିକୁ ବନ୍ଦ କରି ଦିଆଯାଇଛି। ଏହାସହିତ ଫିଲ୍ମ ଶୁଟିଂକୁ ମଧ୍ୟ ବାରଣ କରାଯାଇଛି। ପୂର୍ବରୁ ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏସନ୍‌(ଆଇଏମ୍‌ପିପିଏ) ବୈଠକରେ ୧୯ ତାରିଖରୁ ଦେଶରେ ଫିଲ୍ମ ସହ ସମସ୍ତ ଟେଲି ଧାରାବାହିକ, ଓ୍ବେବ୍‌ ସିରିଜ ଏବଂ ଡିଜିଟାଲ ପ୍ଲାଟ୍‌ଫର୍ମର ସମସ୍ତ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଶୁଟିଂକୁ ବନ୍ଦ ରଖିବାକୁ ସ୍ଥିର ହୋଇଥିଲା। ଏବେ ଏହାକୁ ସମର୍ଥନ ଦେଇଛି ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି)। ଓଏଫ୍‌ଡିସି ପକ୍ଷରୁ ସମସ୍ତ ପ୍ରଯୋଜକ, ନିର୍ଦ୍ଦେଶକ ଓ ଫିଲ୍ମ ନିର୍ମାତାଙ୍କୁ ସେମାନଙ୍କ ଓଡ଼ିଶା ୟୁନିଟ୍‌ର ଫିଲ୍ମ, ଧାରାବାହିକ/ଶୋ’, ୱେବ୍‌ ସିରିଜ୍‌ ଆଦିର ଶୁଟିଂ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବୁଧବାର ସ୍ବତନ୍ତ୍ର ଆଡଭାଇଜରି ଜାରି କରାଯାଇଛି। ୧୯ ତାରିଖରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶୁଟିଂ ସ୍ଥଗିତ ରଖିବାକୁ ଓଏଫ୍‌ଡିସି ପରିଚାଳନା ନିର୍ଦ୍ଦେଶକ ଡ. ନିତିନ୍‌ ଜାୱାଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri