ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତି, ମକଦ୍ଦମା କରିବାକୁ ଫେସ୍‌ବୁକ୍‌ରେ ପୋଷ୍ଟ କଲେ

ଭୁବନେଶ୍ୱର,୨୦ା୮(ବ୍ୟୁରୋ)- ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ଅଭିଯୋଗକାରିଣୀ ତଥା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଶୋଦାଗାର କରାଯାଇଥିବା ଏକ ଅଡିଓ ଏବେ ଭାଇରାଲ ହୋଇଛି। ଉକ୍ତ ଅଡିଓରେ କେହିଜଣେ ଦୂତି ପ୍ରଥମେ ନିଜ କଥା ସମ୍ଭାଳନ୍ତୁ ବୋଲି ପରାମର୍ଶ ଦେବାସହ ତାଙ୍କ ମା’ ଓ ପରିବାର ସମ୍ପର୍କରେ ମଧ୍ୟ କହୁଥିବା ଶୁଣିବାକୁ ମିଳୁଛି। ତେବେ ଉକ୍ତ ଅଡିଓଟି କାହାର ଓ କିଏ ଏହାକୁ ଭାଇରାଲ କଲେ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଏହାକୁ ନେଇ ଦୂତି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ଫେସ୍‌ବୁକ୍‌ରେ ଏକ ପୋଷ୍ଟ କରିଛନ୍ତି। ଉକ୍ତ ଅଡିଓ ମାଧ୍ୟମରେ ପପୁ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା କଥା ସେ ଉଲ୍ଲେଖ କରିଛନ୍ତି। ଏପରିକି ପପୁଙ୍କ ବିରୋଧରେ  କୋର୍ଟକୁ ଯିବେ ବୋଲି ଧମକ ମଧ୍ୟ ଦେଇଛନ୍ତି ଦୂତି।

ଦୂତି କହିଛନ୍ତି, ପପୁ ଏହି ଅଡିଓରେ ମୋର ବ୍ୟକ୍ତିଗତ କଥାକୁ ଉଠାଇଛନ୍ତି। ତାଙ୍କ ସହ ବ୍ୟକ୍ତିଗତ ସ୍ତରରେ ମୋର କୌଣସି ଶତ୍ରୁତା ନାହିଁ କିମ୍ବା ତାଙ୍କ ସହ କଥାବାର୍ତ୍ତା ମଧ୍ୟ ହୁଅନ୍ତି ନାହିଁ। ଫିଲ୍ମ ପୋଷ୍ଟରଟି ନାରୀ ସମାଜକୁ ବଦନାମ କରୁଥିବାରୁ ମୁଁ ଏହାକୁ ବିରୋଧ କରି ଅଭିଯୋଗ କରିଥିଲି। କେଉଁ କାରଣ ପାଇଁ ପପୁ ଏଭଳି ତାଙ୍କୁ ଲଜ୍ଜିତ କଲେ ସେ ଜାଣିନାହାନ୍ତି। ଯେହେତୁ ମୋ ମାନସମ୍ମାନ ଉପରେ ଆଞ୍ଚ ଆସିଛି ତେଣୁ ଆଇନର ଆଶ୍ରୟ ନେବି। ମୋର ଅନେକ ପରିଚିତ ସେଲିବ୍ରେଟି ଅଛନ୍ତି, ସେମାନେ  ଫୋନ୍‌ କରି ଏ ବିଷୟରେ ପଚାରୁଛନ୍ତି। ଯଦି ସେ ନିଜ ଭୁଲ ସ୍ବୀକାର ନ କରନ୍ତି ମୁଁ କୋର୍ଟରେ ମାନହାନୀ ମକଦ୍ଦମା କରିବି ବୋଲି ଦୂତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri