Posted inଜାତୀୟ

ଫିଲ୍ମ ଶୁଟିଂ କାମ ଆରମ୍ଭ କରିବାକୁ ଚିନ୍ତା କରୁଛନ୍ତି ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୨।୫: ଦେଶରେ କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ଲକ୍‌ଡାଉନ ଚାଲିଥିବା ବେଳେ ସମସ୍ତ ଟେଲିଭିଜନ ପ୍ରଡକସନ୍‌ ଓ ଫିଲ୍ମ ଶୁଟିଂ କାମ ବନ୍ଦ ରହିଛି। ଏହାକୁ ଆରମ୍ଭ କରିବା କଥା ଚିନ୍ତା କରି ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇଣ୍ଡିଆନ ବ୍ରଡକାଷ୍ଟିଂ ଫାଉଣ୍ଡେଶନ ସହ ଏକ ବୈଠକରେ କଥା ହୋଇଛନ୍ତି। ତେବେ ସମସ୍ତ ପ୍ରକାର ସତର୍କତା ଅଲମ୍ବନ କରି ଟେଳିଭିଜନ ପ୍ରଡକସନ୍‌ କାମ ଆରମ୍ଭ କରାଯାଇପାରେ ବୋଲି ସେ କହିଛନ୍ତି। ଅନ୍ୟପଟେ ଫିଲ୍ମ ସିଟିରେ କାମ ଆରମ୍ଭ କରିବାକୁ ନେଇ ସରକାର ଚିନ୍ତା କରୁଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, କରୋନା ସଂକ୍ରମଣରେ ମହାରାଷ୍ଟ୍ର ସବୁଠାରୁ ଆଗରେ ଥିବା ବେଳେ ଏଠାରେ ଦିନକୁ ହଜାର ହଜାର କରୋନା ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି। ଏବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ପାର କରି ସାରିଥିବା ବେଳେ ଏହା ମହାରାଷ୍ଟ୍ର ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri