ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା ‘ମାଭିକ୍‌’ ଡ୍ରୋନ୍‌କୁ ମିରାକିଲ୍‌ କହି ତାଙ୍କୁ ଆମେରିକା ଆମନ୍ତ୍ରଣ ପାଇଁ ପଠାଯାଇଥିବା ଚିଠି ସମ୍ପୂର୍ଣ୍ଣ ଫେକ୍‌। ଆମେରିକାର ମହାକାଶ ଗବେଷଣା ସଂସ୍ଥା (ନାସା) ନାଁକୁ ବ୍ୟବହାର କରି ଜନୈକ ନାବାଳକ ଶୁଭ୍ରାଂଶୁଙ୍କୁ ଏପରି ଭୁଆଁ ବୁଲାଇଥିବା ଅନୁଗୋଳ ଏସ୍‌ପି ଜଗମୋହନ ମୀନା ରବିବାର ସ୍ପଷ୍ଟ କରିଛନ୍ତି। ଉକ୍ତ ଚିଠିରେ ଥିବା ବନାନଗତ ତ୍ରୁଟିକୁ ନେଇ ଆରମ୍ଭରୁ ସାଇବର ସେଲ୍‌ ସନ୍ଦେହବ୍ୟକ୍ତ କରିବା ସହ ଅନୁସନ୍ଧାନ ଆରମ୍ଭ କରିଥିଲା। ତେବେ ଫେକ୍‌ ଚିଠି ସମ୍ପର୍କରେ ପ୍ରମାଣ ମିଳିବା ପରେ ଅନୁଗୋଳ ପୋଲିସ ନଂ. ୧୦୦୦/୧୯ରେ ଏକ ମାମଲା ରୁଜୁ କରିଥିବା ଏସ୍‌ପି ମୀନା ସୂଚନା ଦେଇଛନ୍ତି। ଅପରପକ୍ଷରେ ଚିଠିଟି ଫେକ୍‌ ବୋଲି ଜଣାପଡ଼ିବା ପରେ ନିଜ ପ୍ରକଳ୍ପକୁ ନେଇ ଆମେରିକା ଯିବାକୁ ସ୍ବପ୍ନ ଦେଖିଥିବା ଶୁଭ୍ରାଂଶୁଙ୍କ ଆଶା ଆଶାରେ ରହିଯାଇଛି।
ପୋଲିସ କହିଛି, ଏଭଳି ଫେକ୍‌ ଚିଠି ପଠାଇଥିବା ନାବାଳକଙ୍କୁ ଚିହ୍ନଟ କରାଯାଇଛି। ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିବା ମେଲ୍‌ ଆଇଡି ନାସା ଏରୋନଟିକ୍ସ ଆଟ୍‌ ଜିମେଲ ଡଟ୍‌ କମ୍‌ କିଏ ପ୍ରସ୍ତୁତ କରିଥିଲେ ତାଙ୍କୁ ମଧ୍ୟ ଠାବ କରାଯାଇଛି। ଏଥିସହ ନାସା ହେଡକ୍ବାର୍ଟର୍ସ କହି ବ୍ୟବହାର ହେଉଥିବା ଫୋନ ନମ୍ବର ଯୁକ୍ତ୧(୨୦୨)୩୫୮-୦୦୦୦ କେଉଁଠାରୁ ଆସୁଥିଲା ତାହାର ସନ୍ଧାନ ମିଳିସାରିଛି। ଉକ୍ତ ତଦନ୍ତ ସମ୍ପର୍କରେ ଅନୁଗୋଳ ପୋଲିସ ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ଏକ ରିପୋର୍ଟ ପ୍ରଦାନ କରିବ। ଉକ୍ତ ରିପୋର୍ଟକୁ ଜଷ୍ଟିସ ବୋର୍ଡ ଅନୁଧ୍ୟାନ କରିବା ପରେ କ’ଣ ପଦକ୍ଷେପ ନିଆଯିବ ସେ ନେଇ ନିଷ୍ପତ୍ତି ହେବ। ଏବେ ସମ୍ପୃକ୍ତ ନାବାଳକଙ୍କ ସମ୍ପର୍କରେ କୌଣସି ତଥ୍ୟ ପ୍ରଦାନ କରାଯାଇ ପାରିବ ନାହିଁ ବୋଲି ଏସ୍‌ପି ମୀନା କହିଛନ୍ତି। ସେହିପରି ନାସା ପକ୍ଷରୁ କୌଣସି ଇ-ମେଲ୍‌ କରାଯାଇ ନ ଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି। ଅନ୍ୟପକ୍ଷରେ ଘଟଣାକୁ ନେଇ ଶୁଭ୍ରାଂଶୁଙ୍କ ବିଦ୍ୟାଳୟରେ ବସିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବୈଠକକୁ ସ୍ଥଗିତ ରଖାଯାଇଥିବା ପରିଚାଳନା କମିଟି ସମ୍ପାଦକ ବିଜୟ ମୋଦି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଦ୍ୟାଳୟକୁ ବଦ୍‌ନାମ କରିବା ଉଦ୍ଦେଶ୍ୟ ନୁହେଁ, ବରଂ ଶୁଭ୍ରାଂଶୁଙ୍କୁ ହଇରାଣ କରିବା ଉଦ୍ଦେଶ୍ୟରେ ଏହା କରାଯାଇଛି। ତେଣୁ ଏପରି କାର୍ଯ୍ୟ ଯିଏ ବି କରିଛି ତାଙ୍କୁ ଖୋଜାଯାଇ ଉଚିତ ଦଣ୍ଡ ଦିଆଯାଉ ବୋଲି ମୋଦି ଦାବି କରିଛନ୍ତି। ଏହି ଘଟଣା ଶୁଭ୍ରାଂଶୁଙ୍କ ସମେତ ତାଙ୍କ ପରିବାର, ସମ୍ପର୍କୀୟ, ଶୁଭେଚ୍ଛୁ, ସ୍କୁଲ କର୍ତ୍ତୃପକ୍ଷ ଓ ଅନୁଗୋଳର ବହୁ ବୁଦ୍ଧିଜୀବୀଙ୍କୁ ନିରାଶ କରିଛି। ତେବେ ଯୋଗାଯୋଗ ସମ୍ଭବ ନ ହେବାରୁ ଶୁଭ୍ରାଂଶୁଙ୍କ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri