Posted inଖେଳ

ଫେଡ୍‌ କପ୍‌ ଚାମ୍ପିୟନଶିପ୍‌ ସ୍ଥଗିତ

ନୂଆଦିଲ୍ଲୀ, ୨୩ା୩ (ପି.ଟି.)-କୋଭିଡ୍‌-୧୯ ଆଶଙ୍କା ଯୋଗୁ ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ସୋମବାର ବିଧିବଦ୍ଧଭାବେ ଫେଡେରେଶନ କପ୍‌ ନ୍ୟାଶନାଲ ସିନିୟର ଚାମ୍ପିୟନଶିପ୍‌କୁ ସ୍ଥଗିତ ଘୋଷଣା କରିଛି। ଏହି ଇଭେଣ୍ଟ ଆସନ୍ତା ମାସରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିଲା। ଫେଡେରେଶନ କପ୍‌ ଟୋକିଓ ଅଲିମ୍ପିକ୍ସ ପାଇଁ ଏକ କ୍ୱାଲିଫିକେଶନ ଇଭେଣ୍ଟ ମାନ୍ୟତା ପାଇଥିଲା। ଏହା ଏପ୍ରିଲ ୧୦ରୁ ୧୩ ପର୍ଯ୍ୟନ୍ତ ଏନ୍‌ଆଇଏସ୍‌ ପଟିଆଲାଠାରେ ଅନୁଷ୍ଠିତ ହୋଇଥାନ୍ତା।ଏଏଫ୍‌ଆଇ ସଭାପତି ଆଡିଲ ସୁମାରିଓ୍ବାଲା କହିଛନ୍ତି, ସାମ୍ପ୍ରତିକ ପରିସ୍ଥିତି କେବଳ ଦେଶ ନୁହେଁ ସମଗ୍ର ବିଶ୍ୱରେ କୌଣସି ପ୍ରତିଯୋଗିତା ଆୟୋଜନ କଷ୍ଟକର ବ୍ୟାପାର। ସ୍ବାସ୍ଥ୍ୟ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ପରିସ୍ଥିତିରେ ସୁଧାର ଆସିବା ମାତ୍ରେ ପ୍ରତିଯୋଗିତା ଆରମ୍ଭ ସମ୍ପର୍କରେ ଚିନ୍ତା କରାଯିବ। ସୋମବାର ବୈଠକରେ ଇଣ୍ଡିଆନ ଗ୍ରାଁ ପ୍ରି ପ୍ରତିଯୋଗିତା ଓ ଫେଡେରେଶନ କପ୍‌ ପାଇଁ ନୂଆ ତାରିଖ ସମ୍ପର୍କରେ କୌଣସି ଆଲୋଚନା ହୋଇନାହିଁ ବୋଲି ସେ କହିଛନ୍ତି। ଏଏଫ୍‌ଆଇ ପୂର୍ବରୁ ସିଜନ ଆରମ୍ଭ ଇଣ୍ଡିଆନ୍‌ ଗ୍ରାଁପ୍ରି ସ୍ଥଗିତ ଘୋଷଣା କରିଥିଲା। ଏହି ଇଭେଣ୍ଟ ପଟିଆଲା(ମାର୍ଚ୍ଚ-୨୦), ଶ୍ରୀନଗର (ମାର୍ଚ୍ଚ ୨୫) ଓ ନୂଆଦିଲ୍ଲୀ (ମାର୍ଚ୍ଚ ୨୯)ରେ ଖେଳାଯାଇଥାନ୍ତା। ଇଣ୍ଡିଆନ ଆଥଲେଟିକ୍ସର ହାଇ ପରଫର୍ମାନ୍ସ ଡାଇରେକ୍ଟର ଭୋଲକର ହର୍ମାନ ଫେଡେରେଶନ କପ୍‌ ସ୍ଥଗିତ ଘୋଷଣା ଗୁରୁବାର କରିଥିଲେ। ମାତ୍ର କରୋନା ଭାଇରସ୍‌ ଭୟ ଯୋଗୁ ଏପ୍ରିଲ ୧୫ ପର୍ଯ୍ୟନ୍ତ କୌଣସି ପ୍ରତିଯୋଗିତା ଆୟୋଜନ ନ କରିବା ଲାଗି ସରକାର ସମସ୍ତ ଜାତୀୟ କ୍ରୀଡ଼ା ମହାଂଘକୁ ନିର୍ଦ୍ଦେଶ ଦେବାପରେ ଇଣ୍ଡିଆନ ଗ୍ର୍ରାଁପ୍ରି ସିରିଜକୁ ବାତିଲ କରାଯାଇଥିଲା ବୋଲି ହର୍ମାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri