ଫେବୃୟାରୀରେ ଶିଳ୍ପ ଉତ୍ପାଦନ ବୃଦ୍ଧି

ନୂଆଦିଲ୍ଲୀ,୧୦।୪: ଚଳିତ ବର୍ଷ ଫେବୃୟାରୀ ମାସରେ ଦେଶର ଶିଳ୍ପ ଉତ୍ପାଦନ ୪.୫% ବୃଦ୍ଧି ଘଟିଛି। ଖଣି ,ମାନୁଫାକଚରିଂ ଏବଂ ବିଦ୍ୟୁତ୍‌ ଉତ୍ପାଦନ କ୍ଷେତ୍ରରେ ଉନ୍ନତି ଆସିବା ଯୋଗୁ ଏଭଳି ସ୍ଥିତି ଦେଖାଯାଇଥିବା ସରକାର ଗୁରୁବାର ଜାରି କରିଥିବା ଡାଟାରୁ ଏହା ସାମ୍ନାକୁ ଆସିଛି। ଏହି ସମୟରେ ଔଦ୍ୟୋଗିକ ଉତ୍ପାଦନ ସୂଚୀ(ଆଇଆଇପି) ୦.୨% ବୃଦ୍ଧି ଘଟିଥିବା ଜଣାପଡିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ଡାଟା ମୁତାବକ ଫେବୃୟାରୀରେ ମାନୁଫାକଚରିଂ କ୍ଷେତ୍ର ଉତ୍ପାଦନ ୩.୨% ବୃଦ୍ଧି ଘଟିଛି। ଏହା ଗୋଟିଏ ବର୍ଷ ତଳେ ସମାନ ସମୟରେ ୦.୩% ଅଭିବୃଦ୍ଧି ସାଧନ କରିଥିଲା। ସେହିଭଳି ଫେବୃୟାରୀରେ ଇଲେକ୍ଟ୍ରିସିଟି ଉତ୍ପାଦନ ୮.୧% ବୃଦ୍ଧି ଘଯିଛି। ୨୦୧୯ ଫେବୃୟାରୀରେ ଏହା ୧.୩% ରହିଥିଲା। ଖଣି କ୍ଷେତ୍ର ଉତ୍ପାଦନ ପ୍ରାୟ ୧୦% ବୃଦ୍ଧି ଘଟିଥିବା ବେଳେ ଏହା ପୂର୍ବରୁ ୨.୨% ରହିଥିଲା। ଏପ୍ରିଲ-ଫେବୃୟାରୀ ସମୟରେ ଆଇଆଇପି ଅଭିବୃଦ୍ଧି ୦.୦%କୁ ଖସିଛି। ୨୦୧୮-୧୯ ସମୟରେ ଏହା ୪% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri