ଫେବୃୟାରୀ ୧୫ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୨୦ ଫେବୃୟାରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୦ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ପରୀକ୍ଷା ମାର୍ଚ୍ଚ ୩୦ରେ ଶେଷ ହେବ। ପ୍ରତିଦିନ ପରୀକ୍ଷା ପୂର୍ବାହ୍ନ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ମିନିଟ୍‌ରେ ଶେଷ ହେବ। ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ରରେ ୯ଟା ୩୦ ସୁଦ୍ଧା ପହଞ୍ଚତ୍ବେ। ୧୦ଟାରେ ଉତ୍ତରଖାତା ଦିଆଯିବ ଓ ୧୦ଟା ୧୫ରେ ପ୍ରଶ୍ନପତ୍ର ଦିଆଯିବ। ପ୍ରଶ୍ନପତ୍ର ଭଲରେ ପଢ଼ିବା, କିପରି ଓ କେଉଁ ପ୍ରଶ୍ନକୁ ଆଗେ ଉତ୍ତର ଲେଖିବାକୁ ହେବ ସେଥିପାଇଁ ଛାତ୍ରୀଛାତ୍ରମାନଙ୍କୁ ୧୫ମିନିଟ୍‌ ସମୟ ଦିଆଯାଇଛି। ଏହାପରେ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ସମ୍ପର୍କରେ ସମସ୍ତ ସୂଚନା ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ୍‌ www.cbse.nic.inରେ ଉପଲବ୍ଧ ରହିଛି। ଓ୍ବେବ୍‌ସାଇଟ୍‌ରୁ ଛାତ୍ରୀଛାତ୍ରମାନେ ସେମାନଙ୍କ ପରୀକ୍ଷାର ସୂଚୀ ସମ୍ପର୍କରେ ଜାଣିପାରିବେ। ସୂଚନାଯୋଗ୍ୟ, ଗତବର୍ଷ ଦଶମ ପରୀକ୍ଷା ମାର୍ଚ୍ଚ ୭ରୁ ୨୯ ଏବଂ ଦ୍ୱାଦଶ ପରୀକ୍ଷା ମାର୍ଚ୍ଚ ୨ରୁ ଏପ୍ରିଲ ୨ପର୍ଯ୍ୟନ୍ତ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ବ୍ୟକ୍ତିଗତ ଆକାଉଣ୍ଟକୁ ଯାଉଛି ଜରିମାନା ଟଙ୍କା

ଭୁବନେଶ୍ୱର,୩ା୮(ବ୍ୟୁରୋ): କରୋନା ସଂକଟବେଳେ ରାଜଧାନୀରେ ଲୁଟେରାଙ୍କ ସହ ଖାକି ଉତ୍ପାତ ବଢ଼ି ଚାଲିଛି। ପୋଲିସ କଡ଼ାକଡ଼ି ଯାଞ୍ଚ ଆଳରେ ଉଲ୍ଲଂଘନକାରୀଙ୍କଠାରୁ ଟଙ୍କା ଲୁଟୁଛି। ଜରିମାନା ଟଙ୍କା...

ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮।୪ : ଓଡ଼ିଶାରେ ଗୁରୁବାର ୨୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ...

ହଇରାଣ ହେଉଛନ୍ତି ୨ହଜାର ମତ୍ସ୍ୟଜୀବୀ ପରିବାର

ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା...

ତୃଣମୂଳ ସ୍ତରରୁ ବିଆର୍‌ଏପି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର ୨୨।୯(ବ୍ୟୁରୋ): କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ କିପରି ଅଧିକ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରାଯାଇ ପାରିବ ସେ ନେଇ ସମସ୍ତ ବିଭାଗ ବ୍ୟବସାୟ ସଂସ୍କାର ଆକ୍ସନ...

‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ...

ଅସହାୟ ପରିବାରକୁ ପଲିଥିନ ଭରସା

ବାରିପଦା ଅଫିସ,୫ା୧୦- ଦିନରେ ଚାଳରୁ ପାଣି ଗଳୁଛି ତ ରାତିରେ ଜହ୍ନ ଆଲୁଅ ଦିଶୁଛି। ଓଳିଏ ଖାଇ ଓଳିଏ ଉପବାସ ରହୁଥିବା ପରିବାରକୁ ମିଳୁନି ପକ୍କାଘର।...

ନିରାଶ ହୋଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ତରବୋଡ/ନୂଆପଡ଼ା ଅଫିସ/ଖଡ଼ିଆଳ,୨୦।୨: ଟୋକନ ଲାପ୍ସ ଓ ବିଦ୍ୟୁତ୍‌ ସଂଯୋଗ କାଟିବାରୁ ମାନସିକ ଭାରସାମ୍ୟ ହରାଇ ଶୁକ୍ରବାର ନୂଆପଡା ଜିଲା ସିନାପାଲି ବ୍ଲକ ଧିଙ୍ଗିଆମୁଣ୍ଡା ଗ୍ରାମର ଚାଷୀ...

ଜଙ୍ଗଲରେ ମହିଳାଙ୍କୁ ପୋଡି ହତ୍ୟା

ବଡଗାଁ,୨୧।୧: ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ବରଙ୍ଗାକଛାର ପଞ୍ଚାୟତ ରାଣୀବୁଡା ଜଙ୍ଗଲରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ,...

Advertisement
Archives

Model This Week