Posted inଜାତୀୟ

ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ଦୋଷୀ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଦିଆଯିବ ବୋଲି ଶୁକ୍ରବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାୟ ଦେଇଛନ୍ତି। ଏଥିପାଇଁ ନୂଆ ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ଏହାକୁ ନେଇ ନିର୍ଭୟାଙ୍କ ମା’ ଆଶା ଦେବୀ କହିଛନ୍ତି ଯାହା ଦୋଷୀ ଚାହୁଁଥିଲେ ତାହା ହେଉଛି। ଖାଲି ତାରିଖ ପରେ ତାରିଖ। ଆମ ସିଷ୍ଟମ ଏମିତି ଯେଉଁଠି ଦୋଷୀଙ୍କ କଥାକୁ ଶୁଣାଯାଉଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିର୍ଭୟା ମାମଲାର ଦୋଷୀ ମୁକେଶଙ୍କ କ୍ଷମା ଆବେଦନକୁ ଖାରଜ କରିଦେଇଥିଲେ। ଏହା ପୂର୍ବରୁ ଗୁରୁବାର କୋର୍ଟ ତିହାର ଜେଲ ପ୍ରଶାସନକୁ ଫାଶୀ ପାଇଁ ପ୍ରସ୍ତୁତିକୁ ନେଇ ରିପୋର୍ଟ ଦାଖଲ କରିବାକୁ କହିଥିଲେ। ଶୁକ୍ରବାର ଏହି ମାମଲାର ଶୁଣାଣି କରି କୋର୍ଟ ନୂଆ ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରିବା ସହ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୨ରେ ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଗଣବଳାତ୍କାର କରାଯାଇଥିଲା। ଚଳନ୍ତା ବସ୍‌ରେ ରାଜଧାନୀ ଛାତିରେ ଘଟିଥିବା ଏହି ଘଟଣା ସେତେବେଳେ ଆଲୋଡନ ସୃଷ୍ଟି କରିଥିଲା। ଦୀର୍ଘ ୭ ବର୍ଷ ପରେ ଏହି ମାମଲାର ଶୁଣାଣି କରି କୋର୍ଟ ବିନୟ ଶର୍ମା, ମୁକେଶ କୁମାର ସିଂ, ଅକ୍ଷୟ ଠାକୁର ଓ ପଓ୍ବନ ଗୁପ୍ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଫାଶୀ ଦଣ୍ଡାଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri