ଫୁଲବାଣୀ ଅଫିସ, ୧ା୧ -ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି ପଲ୍ଲିଶ୍ରୀ ମେଳା ସ୍ଥାନୀୟ କରୋନେଶନ ପଡିଆରେ ଅନୁଷ୍ଠିତ ହେବ। ସ୍ଥାନୀୟ କଳାକାରଙ୍କ ସହ ରାଜ୍ୟର ଅନ୍ୟାନ୍ୟ ଜିଲା ଓ ବାହାରୁ ଆସିଥିବା ସାଂସ୍କୃତିକ ଦଳ ଏଥିରେ ଅଂଶଗ୍ରହଣ କରିବେ। ଏହି ଅବସରରେ ପିଲାମାନଙ୍କ ପାଇଁ ସୁନ୍ଦର ସ୍ବାସ୍ଥ୍ୟ, କୌତୁକ ପୋଷାକ, ଏକକ ଅଭିନୟ, ମହିଳାମାନଙ୍କ ପାଇଁ ଖାଦ୍ୟ ରନ୍ଧା, ମ୍ୟୁଜିକାଲ ଚେୟାର, ରଙ୍ଗୋଲି ଆଦି ପ୍ରତିଯୋଗିତା ଆୟୋଜନ କରାଯିବାକୁ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି। ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାକୁ ସୁରୁଖରୁରୁରେ ପରିଚାଳନା କରିବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇଛି। ଆୟୋଜନ କମିଟି, ଅଭ୍ୟର୍ଥନା କମିଟି, ଅର୍ଥ କମିଟି, କାର୍ଯ୍ୟ ପରିଚାଳନା କମିଟି, ପ୍ରଦର୍ଶନୀ ପରିଚାଳନା କମିଟି, ଷ୍ଟେଜ କମିଟି, ସାଂସ୍କୃତିକ କମିଟି, ସମ୍ବର୍ଦ୍ଧନା କମିଟି, ଭାଷା ସାହିତ୍ୟ କମିଟି, ବିଜ୍ଞାପନ ଓ ପ୍ରସାର କମିଟି ଆଦି ଗଠନ କରାଯାଇଛି। ବୈଠକରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡା ବିଧାୟକ ଚକ୍ରମଣି କହଁର, ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ପିଡି ଡିଆଆଡିଏ ବିଶ୍ୱନାଥ ବାରିକ, ପିଏ ଆଇଟିଡିଏ ବୀରେନ୍ଦ୍ର କୁମାର ଦାସଙ୍କ ସମେତ ବିଭିନ୍ନ ସ୍ବେଚ୍ଛାସେବୀ ସଂସ୍ଥାର କର୍ମକର୍ତ୍ତା, ବୁଦ୍ଧିଜୀବୀ ଓ ସହରର ବହୁ ବ୍ୟକ୍ତିବିଶେଷ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Posted inଆମ ଜିଲା ଖବର, କନ୍ଧମାଳ View All
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ
ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…
ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…
ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…
ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍ ଛଡାଇ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…
ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ
ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…
ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା
ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…
Archives

