ଅନୁଗୋଳ ଅଫିସ, ୨୯।୪ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆରେ ଥିବା ଦେଶୀ ମଦ ଭାଟି ଉପରେ ଚଢ଼ାଉ ବେଳେ ଫେରାର ହୋଇଯାଇଥିବା ମ୍ୟାନେଜରଙ୍କୁ ଗିରଫ କରିବାକୁ ଅନୁଗୋଳ ପୋଲିସ ଉଦ୍ୟମ ଜାରି ରଖିଛି। ଏହି ଘଟଣାରେ ଭାଟି ମାଲିକ ବିକ୍ରମ କିଶୋର ସାହୁଙ୍କ ସହ ମୋଟ୍ ୪୩ଜଣଙ୍କୁ ପୂର୍ବରୁ ଗିରଫ କରାଯାଇଛି। ଭାଟି ମ୍ୟାନେଜର ଧରାପଡ଼ିବା ପରେ ସିଲ୍ ହୋଇଥିବା ଭାଟିରେ କିଭଳି ଚୋରା ମଦ କାରବାର ଚାଲିଥିଲା ସେ ନେଇ ଅଧିକ ତଥ୍ୟ ମିଳିପାରିବ।
ଏକ ସ୍ବତନ୍ତ୍ର ଟିମ୍ ମ୍ୟାନେଜରଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପଇଁତରା ମାରୁଥିବା ପୋଲିସ ପ୍ରକାଶ କରିଛି। ଅପରପକ୍ଷରେ ବ୍ୟବସାୟୀ ବିକ୍ରମଙ୍କ ନାମରେ ମୋଟ୍ ୫ଟି ଦେଶୀ ମଦ ଭାଟି ଥିବାବେଳେ ତାଙ୍କ ପରିବାର ମାଲିକାନାରେ ୮ଟି ଦେଶୀ ମଦ ଦୋକାନ, ୧୫ଟି ଅଫ୍ ସଫ୍ ଓ ଗୋଟିଏ ଅନ୍ ସଫ ରହିଥିବା ସହରରେ ଚର୍ଚ୍ଚା ହେଉଛି।
ଚୋରା କାରବାର ଚାଲିଥିବା କରଡ଼ାଗାଡ଼ିଆ ଭାଟି ଲାଇସେନ୍ସ ରଦ୍ଦ ପାଇଁ ଇତିମଧ୍ୟରେ ପୋଲିସ ପକ୍ଷରୁ ଜିଲାପାଳଙ୍କୁ ସୁପାରିସ୍ କରାଯାଇଥିବା ବେଳେ ଅବକାରୀ ବିଭାଗର ରିପୋର୍ଟ ମଧ୍ୟ ଜିଲା ପ୍ରଶାସନକୁ ମିଳିସାରିଛି। ତେଣୁ ଘଟଣାର ଅଧିକ ଖୋଳତାଡ଼ କରିବାକୁ ପ୍ରଶାସନ ସଜବାଜ ହେଉଥିବା ସୂଚନା ମିଳିଛି। ଏହାର ତଦନ୍ତ ସରିବା ପରେ ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ସମସ୍ତ ରିପୋର୍ଟ ପ୍ରଦାନ କରାଯିବ ବୋଲି ଜଣାପଡ଼ିଛି।
Posted inଅନୁଗୋଳ, ଆମ ଜିଲା ଖବର View All
କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ
ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…
ମନ ନିୟନ୍ତ୍ରଣ ରଖିଲେ ନିଶାକୁ ଦୂରେଇ ହେବ: ନିଶାମୁକ୍ତ ଭାରତ ଲକ୍ଷ୍ୟ
ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ନିଶାମୁକ୍ତ ଭାରତ’ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…
ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..
ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…
ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….
ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…
ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….
ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…
ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ
ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…
ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…
ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…
ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ
କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…
Archives

