ଫେରାର ଶିକ୍ଷକଙ୍କ କାଗଜପତ୍ର ଜବତ କଲା ପୋଲିସ

ଛତ୍ରପୁର,୨୧ା୨(ଡି.ଏନ.ଏ)- ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ଘଟଣାର ଖୋଳତାଡ ଚାଲିଛି। ପୃଥକ ୩ଟି ମାମଲାରେ ଛତ୍ରପୁର, ଚମାଖଣ୍ଡି ଓ ମେରାଇନ୍‌ ଥାନା ପୋଲିସ ତଦନ୍ତ କରୁଥିବାବେଳେ ଜାଲ ସାର୍ଟିଫିକେଟ୍‌ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ କାଗଜପତ୍ରର ନକଲ ଜବତ କରିଛି ା ଗୁରୁବାର ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ଆଇଆଇସି ଶର୍ମିଷ୍ଠା ପ୍ରଧାନ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରୁ ଜାଲ ସାର୍ଟିଫିକେଟ୍‌ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ ଆଫିଡେଭିଟ୍‌, ଆବେଦନ ଫର୍ମ, ବୋର୍ଡ, ସିଟି ସାର୍ଟିଫିକେଟ୍‌, ମାର୍କଶିଟ୍‌ ଓ ଏହାର ନକଲ ନେଇଛନ୍ତି। ୧୩ ତାରିଖରେ ମେରାଇନ୍‌ ଥାନା ଆଇଆଇସି ଉକ୍ତ ମାମଲାରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ କରିଥିଲେ ା ପୂର୍ବରୁ ଛତ୍ରପୁର ଓ ଚମାଖଣ୍ଡି ଥାନା ପୋଲିସ ପକ୍ଷରୁ ପୃଥକ ମାମଲାରେ ଶିକ୍ଷକମାନଙ୍କ କାଗଜପତ୍ର ଜବତ କରାଯାଇଛି। ଅନ୍ୟପକ୍ଷରେ ୩ ନକଲି ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଥିବାରୁ ଗିରଫ ଭୟରେ ସେମାନେ ଏବେ ଫେରାର ଅଛନ୍ତି। ସୂଚନାଯୋଗ୍ୟ, ବୋର୍ଡରୁ ଆସିଥିବା ରିପୋର୍ଟ ଅନୁସାରେ ୩ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଜାଲ୍‌ ଥିବା ଜଣାପଡିଥିଲା। ଏହାପରେ ଜଣେ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ୩ ଜଣଙ୍କ ନାଁରେ ପୃଥକ ଥାନାରେ ଏତଲା ଦିଆଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?