ଫେରିଗଲେ ଉପରାଷ୍ଟ୍ରପତି: ରାଜଭବନରେ ୩ ଘଣ୍ଟା ବିତାଇଲେ

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ଦିନିକିଆ ଓଡିଶା ଗସ୍ତରେ ଆସିଥିବା ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁ ରବିବାର ସନ୍ଧ୍ୟା ୬ଟା ୧୫ରେ ଦିଲ୍ଲୀ ଫେରିଯାଇଛନ୍ତି। ଉପରାଷ୍ଟ୍ରପତି ସ୍ବତନ୍ତ୍ର ବିମାନ ଯୋଗେ ପୂର୍ବାହ୍ନ ପ୍ରାୟ ୧୦ଟା ୧୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ପୋଲିସ ଡିଜି ବି.କେ. ଶର୍ମା ଓ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ବାଗତ କରିଥିଲେ। ଏହାପରେ ଉପରାଷ୍ଟ୍ରପତି ସିଧା କିଟ୍‌ଠାରେ ଚାଲିଥିବା ବିଶ୍ୱ କବି ସମ୍ମିଳନୀର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ୧୨ଟା ୧୫ରେ ରାଜଭବନରେ ପହଞ୍ଚତ୍ ରାଜ୍ୟପାଳଙ୍କ ସହ କିଛି ମୁହୂର୍ତ୍ତ ବିତାଇଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ଭାଜପା ନେତାଙ୍କ ଗହଣରେ ଉପରାଷ୍ଟ୍ରପତି ଏକ ପୁସ୍ତକ ଉନ୍ମୋଚନ କରିଥିଲେ। ମଧ୍ୟାହ୍ନଭୋଜନରେ ନାଇଡୁ ଓଡ଼ିଆ ଖାଦ୍ୟ ଖାଇ ବିଶ୍ରାମ ନେଇଥିଲେ। ଅପରାହ୍ନ ୩ଟା ୧୫ରେ କଟକ ଅଭିମୁଖେ ଯାଇ ସମାଜର ଶତବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପରେ ସନ୍ଧ୍ୟା ୬ଟା ୧୫ରେ ଭୁବନେଶ୍ୱର ଫେରି ସ୍ବତନ୍ତ୍ର ବିମାନଯୋଗେ ଦିଲ୍ଲୀ ଯାତ୍ରା କରିଥିଲେ। ଉପରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା। ଯାତାୟାତ ସମୟରେ ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri