ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ ପଶ୍ଚିମବଙ୍ଗ ନାଦିଆ ଜିଲାର ସମ୍‌ପା ଦାସ, ମୁର୍ସିଦାବାଦର ରାଜକୁମାର ଏବଂ ବର୍ଦ୍ଧମାନର କୁସ୍‌ଦିରାମ। ପୋଲିସ ଅଭିଯୁକ୍ତଙ୍କଠାରୁ ୪୫କେଜି ଗଞ୍ଜେଇ ଜବତ କରିଛି। ରାଜକୁମାର ଏବଂ କୁସ୍‌ଦିରାମ ସ୍ଥାନୀୟ ଅଞ୍ଚଳରେ ଫେରିବାଲା ଭାବେ କାମ କରୁଥିଲେ। ପ୍ରକାଶଯେ, ଅଭିଯୁକ୍ତମାନେ ହାଓ୍ବଡ଼ା ଯିବା ପାଇଁ ଦାମନଯୋଡି ଷ୍ଟେସନରେ ସମଲେଶ୍ୱରୀ ଟ୍ରେନକୁ ଅପେକ୍ଷା କରିଥିଲେ। ଏହି ସମୟରେ ତାଙ୍କ ଉପରେ ସନ୍ଦେହ ହେବାରୁ ଜିଆର୍‌ପିଏଫ୍‌ ପୋଲିସ ସେମାନଙ୍କ ନିକଟରେ ଥିବା ୩ଟି ବ୍ୟାଗ୍‌ ଯାଞ୍ଚ କରିଥିଲା। ସେଥିରୁ ୪୫ କେଜି ଗଞ୍ଜେଇ ପୋଳିସ ଜବତ କରିଥିଲା। ପରେ ପୋଲିସ ସେମାନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri