ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ଶ୍ରୀମନ୍ଦିର ଏସ୍‌ବିଆଇ ଆକାଉଣ୍ଟକୁ ଫେରିଛି। ୩୮୯ କୋଟି ମୂଳଜମା ସହ ୮ କୋଟି ୨୩ ଲକ୍ଷର ସୁଧ ଟଙ୍କା ମିଳିଛି। ଏହାଛଡ଼ା ଆସନ୍ତା ୩୦ ତାରିଖରେ ବାକି ୧୫୬ କୋଟି ଟଙ୍କା ମାଚ୍ୟୁରିଟି ହେଉଛି। ଏହାପରେ ଉକ୍ତ ଟଙ୍କା ମଧ୍ୟ ଆସିବ ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ୟେସ୍‌ ବ୍ୟାଙ୍କର ବରିଷ୍ଠ ଉପସଭାପତି ଜୟଦେବ ଦାସ ଚିଠି ଲେଖି ଜଣାଇଥିବା ସୂଚନା ମିଳିଛି।

ୟେସ୍‌ ବ୍ୟାଙ୍କରେ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯିବାକୁ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଥିଲା। ଗତବର୍ଷ ପର୍ଯ୍ୟାୟକ୍ରମେ ଏହି ଟଙ୍କା ଜମା କରାଯାଇଥିଲା। ସେଥିମଧ୍ୟରୁ ଗୁରୁବାର ୩୮୯ କୋଟି ଏବଂ ଆସନ୍ତା ୩୦ ତାରିଖରେ ୧୫୬ କୋଟି ଟଙ୍କା ମାଚ୍ୟୁରିଟି ହେଉଛି। କିନ୍ତୁ ଗୁରୁବାର ସମସ୍ତ ଟଙ୍କା ଫେରାଇ ଅଣାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଥିଲେ। ପରବର୍ତ୍ତୀ ସମୟରେ କେଉଁ ବ୍ୟାଙ୍କରେ ଏହା ଜମା କରାଯିବ ନିଷ୍ପତ୍ତି ନିଆଯିବ ତାହା ସ୍ପଷ୍ଟ ହେବ ବୋଲି ସେ କହିଥିଲେ।

ପ୍ରକାଶ ଯେ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଲଗାଇବା ପରେ ମହାପ୍ରଭୁଙ୍କ ଟଙ୍କା ଫେରିବା ନେଇ ଆଶଙ୍କା ଉପୁଜିଥିଲା। ଏହି ଘରୋଇ ବ୍ୟାଙ୍କରୁ ଏତେ ଟଙ୍କା କିଭଳି ଫେରସ୍ତ ଅଣାଯିବ ତାହାକୁ ନେଇ ବୁଦ୍ଧିଜୀବୀ, ସେବାୟତ ଓ ଜଗନ୍ନାଥପ୍ରେମୀ ସନ୍ଦେହରେ ରହିଥିଲେ। ଶେଷରେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri