ଫେସବୁକରେ ବନ୍ଧୁତା ମହଙ୍ଗା ପଡିଲା: ବଳାତ୍କାର ଅଭିଯୋଗରେ ଜେଲ ଗଲେ ଯୁବକ

ଦିଗପହଣ୍ଡି,୧୫ା୧୧(ଡି.ଏନ.ଏ.)- ଜଣେ ବିବାହିତାଙ୍କ ସହ ଫେସବୁକ୍‌ରେ ବନ୍ଧୁତା କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଗୁରୁବାର ସମ୍ପୃକ୍ତ ଯୁବକ ତଥା ରାୟଗଡ଼ା ଜିଲା ଆମ୍ବାଦୋଳାର ପ୍ରଫୁଲ୍ଲ କୁମାର ସାହୁ ଓରଫ ବୁଲୁଙ୍କୁ ଗିରଫ କରି ବ୍ରହ୍ମପୁରସ୍ଥିତ ଜିଲା ଦୌରାଜଜଙ୍କ କୋର୍ଟକୁ ଚାଲାଣ କରିଛି। ଏ ନେଇ ଥାନାରେ ନଂ. ୨୨୩/୧୯ମାମଲା ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି। ଆଇଆଇସି ବସନ୍ତ କୁମାର ସେଠୀଙ୍କ ସୂଚନାନୁସାରେ ଦିଗପହଣ୍ଡି ଥାନା ଅଞ୍ଚଳର ମହିଳା ଜଣକ ଗତ ୨୦୧୮ ରେ ବୁଲୁଙ୍କୁ ଫେସବୁକରେ ଫ୍ରେଣ୍ଡ ରିକୁଏଷ୍ଟ ପଠାଇଥିଲେ। ୨ ଦିନ ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ବଢିଥିଲା। ଉଭୟେ ଫୋନ ନମ୍ବର ଆଦାନପ୍ରଦାନ କରିଥିଲେ। ପରେ ବୁଲୁ ବ୍ରହ୍ମପୁର ଆସି ବିଜିପୁର ସନ୍ତୋଷୀ ମା’ ମନ୍ଦିର ନିକଟରେ ମହିଳାଙ୍କୁ ସାକ୍ଷାତ କରିଥିଲେ। ଉଭୟେ ଅନେକଥର ପୁରୀ, ଗୋପାଳପୁର ବୁଲି ଯାଇଥିଲେ। ବି ଟେକ ଡିଗ୍ରୀ ସାରିବା ପରେ ବୁଲୁ ବ୍ୟବସାୟ କରୁଥିଲେ। ମହିଳାଙ୍କ ସହ ଅନୈତିକ ସମ୍ପର୍କ ନିବିଡ଼ ହେବା ପରେ ତାଙ୍କ ଘରକୁ ବହୁବାର ଯା’ଆସ କରୁଥିଲେ। ମହିଳାଙ୍କ ଅନୁରୋଧ ରକ୍ଷାକରି ତାଙ୍କ ସ୍ବାମୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅନେକ ଥର ପେଟିଏମରେ ଟଙ୍କା ପଠାଇଥିଲେ। ମହିଳା ଜଣକ ବୁଲୁଙ୍କୁ ବିବାହ ପ୍ରସ୍ତାବ ଦେବାରୁ ସେ ପ୍ରତ୍ୟାଖ୍ୟାନ କରିଥିଲେ। ମହିଳା ଏ ନେଇ ଗତ ୨ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଗତ ନଭେମ୍ବର ୩ ତାରିଖଠାରୁ ୨୦୧୯ ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ଅନେକ ଥର ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିବା ଏତଲା ଦେଇଥିଲେ। ଏହାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ମକଦ୍ଦମା ରୁଜୁୁ କରିଥିଲା। କୌଶଳକ୍ରମେ ତାଙ୍କୁ ଦିଗପହଣ୍ଡି ଡକାଇ ଆଣି ବ୍ରହ୍ମପୁର ବଡ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଇବା ସହ ଗୁରୁବାର ଗିରଫ କରିଥିଲା। ପୀଡ଼ିତା ମହିଳାଙ୍କ ନିକଟରୁ ମୋବାଇଲ ଫୋନ ଜବତ କରାଯାଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ମାଧବ ଚନ୍ଦ୍ର ଟାକରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri