Posted inଜାତୀୟ

ଫେସ୍‌ବୁକ୍‌ ବୟଫ୍ରେଣ୍ଡ୍‌ଙ୍କ ଭେଟିବା ପାଇଁ ୧୪୦୦ କିମି ଯାତ୍ରା କରି ବେଙ୍ଗାଲୁରୁରୁ ଭୋପାଳରେ ପହଞ୍ଚିଲେ ୧୦ମ ଶ୍ରେଣୀ ଛାତ୍ରୀ

ଭୋପାଳ,୨୮।୮: ଫେସ୍‌ବୁକ୍‌ ପ୍ରେମ ପ୍ରେମରେ ଲୋକମାନେ ଅନ୍ଧ ହୋଇ ଯାଆନ୍ତି, ଏ ବିଷୟରେ ଆପଣମାନେ ଶୁଣିଥିଲେ। କିନ୍ତୁ ପ୍ରେମରେ ଅନ୍ଧ ହୋଇ ଜଣେ ୧୦ମ ଶ୍ରେଣୀର ଛାତ୍ରୀ ୧୪୦୦ କିମି ଯାତ୍ରା କରି ବେଙ୍ଗାଲୁରୁରୁ ଭୋପାଳରେ ପହଞ୍ଚିବା ନିହାତି ଭାବେ ଆଶ୍ଚର୍ଯ୍ୟଜନକ। ବୟଫ୍ରେଣ୍ଡ୍‌ଙ୍କୁ ସରପ୍ରାଇଜ୍‌ ଦେବା ପାଇଁ ନାବାଳିକା ଜଣଙ୍କ ବେଙ୍ଗାଲୁରୁରୁ ବିମାନ ଯୋଗେ ଭୋପାଳରେ ପହଞ୍ଚିଥିଲେ। ବୟଫ୍ରେଣ୍ଡ୍‌ ଘର ଠିକଣାରେ ଯୋଗାଯୋଗ କରି ସେଠାରେ ଯାଇ ପହଞ୍ଚିଥିଲେ। ହଠାତ୍‌ ଫେସ୍‌ବୁକ୍‌ ଗର୍ଲଫ୍ରେଣ୍ଡଙ୍କୁ ଘର ଆଗରେ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ବୟଫ୍ରେଣ୍ଡ୍‌। ଆଉ ତାଙ୍କୁ ନିଜ ଘରକୁ ଫେରିଯିବାକୁ ବୁଝାଇଥିଲେ। କିନ୍ତୁ ନାବାଳିକା ଜଣଙ୍କ ସେଠାରୁ ଯିବାକୁ ରାଜି ହୋଇ ନ ଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଫଳରେ ନାବାଳିକା ଜଣଙ୍କ କାନ୍ଦି କାନ୍ଦି ରାସ୍ତାରେ ବୁଲିଥିଲେ। ସେଠାରେ ଜଣେ ବ୍ୟକ୍ତି ତାଙ୍କୁ ଉଦ୍ଧାର କରି ଚାଇଲ୍ଡ ଓ୍ବେଲଫେୟାର୍‌ କମିଟି(ସିଡବ୍ଲୁସି)କୁ ହସ୍ତାନ୍ତର କରିଥିଲେ। ପରେ ସିଡବ୍ଲୁସି ପକ୍ଷରୁ ତାଙ୍କ ପିତାଙ୍କ ସହ ଯୋଗାଯୋଗ କରି ଝିଅକୁ ନେବା ପାଇଁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri