ଫୋକସ୍‌ରେ ଓଡ଼ିଶା: ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭ା୫(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ବୋଲି ମନ୍ତ୍ରୀ ପୂଜାରୀ ସୂଚନା ଦେଇଛନ୍ତି।
ସେ ଆହୁରି କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ରାଜ୍ୟ ସରକାର ପାଳନ କରିବେ। ଜୁନ୍‌ ୧୨ରୁ ୧୯ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ବର୍ଷକର ରିପୋର୍ଟ କାର୍ଡ ଧରି ରାଜ୍ୟର ୧ କୋଟି ଲୋକଙ୍କ ପରିବାର ନିକଟରେ ସରକାର ପହଞ୍ଚିବେ। ୨୦୨୪ରେ ଭାଜପା ଦେଇଥିବା ୨୧ଟି ନିର୍ବାଚନ ପ୍ରତିଶ୍ରୁତିରୁ ବର୍ଷକ ମଧ୍ୟରେ ୧୧ଟି ପୂରଣ ସରିଲାଣି। ଆଗାମୀ ବର୍ଷକ ମଧ୍ୟରେ ବଳକା ୧୦ଟି ପ୍ରତିଶ୍ରୁତି ପୂରଣ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିଛି। ଦଳ ସରକାରକୁ ଆସିବାର ୧ ବର୍ଷ ଆସନ୍ତା ମାସରେ ପୂରଣ ହେବାକୁ ଯାଉଛି। ତେଣୁ ସରକାରଙ୍କ ପକ୍ଷରୁ କେଉଁସବୁ ଯୋଜନା ବା ଭଲ ପଦକ୍ଷେପ ନିଆଯାଇଛି ସେସବୁ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବାରମ୍ବାର ସଚିବସ୍ତରୀୟ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି। ମିଳିଥିବା ସୂଚନା ମୁତାବକ, ଜନତା ମଇଦାନଠାରେ ବର୍ଷପୂର୍ତ୍ତି ପାଳନ ଲାଗି ସ୍ଥିର ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri