ଫ୍ରାନ୍ସରେ ମୋଦିଙ୍କୁ ଜୋରଦାର ସ୍ବାଗତ କଲେ ମୁସଲମାନ: ଚିଡିଲା ପାକିସ୍ତାନ

ପ୍ୟାରିସ୍‌,୨୩।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ଗୁଜରାଟର ବୋହରା ମୁସଲମାନମାନେ ତ୍ରିରଙ୍ଗା ଧରି ଜୋରଦାର ସ୍ବାଗତ କରିଥିଲେ। ଏହାସହ ଭାରତ ମାତା କୀ ଜୟ ନାରା ଦେଇଥିଲେ। ତେବେ ମୋଦିଙ୍କୁ ମୁସଲମାନମାନେ ସ୍ବାଗତ କରିବା ପାକିସ୍ତାନକୁ ପସନ୍ଦ ଆସିନାହିଁ। ଇମ୍ରାନ ସରକାରଙ୍କ ଜଣେ ମନ୍ତ୍ରୀ ଫଓ୍ବାଦ ଚୌଧୁରୀ ଏହା ଦେଖି ଏତେ ଚିଡି ଯାଇଥିଲେ ଯେ, ରାଗରେ ଟୁଇଟରରେ ଲେଖିଥିଲେ ମୋଦି ଏ ଡ୍ରାମା ପାଇଁ କେତେ ଖର୍ଚ୍ଚ କରିଛନ୍ତି। ଏହାପରେ ତାଙ୍କୁ ୟୁଜର୍ସମାନେ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି,ଟମାଟର ଏବଂ ରୋଟି ବିକୁଥିବା ଲୋକ ଟଙ୍କା କଥା ପଚାରୁଛନ୍ତି। ସୂଚନାଯୋଗ୍ୟ, ମୋଦି ଏହି  ଗସ୍ତ କାଳରେ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ଆଲୋଚନା କରିଛନ୍ତି। ଫ୍ରାନ୍ସରୁ ମୋଦି ୟୁଏଇ ଯିବା କାର୍ଯ୍ୟକ୍ରମ ରହିଛି। ରବିବାର ସେ ଫ୍ରାନ୍ସ ଫେରିବା ସହ ଜି-୭ ସମ୍ମିଳନୀରେ ଯୋଗଦେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri