Posted inଖେଳ

ଫ୍ରେଞ୍ଚ ଓପନ ଛଡ଼ା ୨୦୨୦ରେ କ୍ଲେ କୋର୍ଟରେ ଖେଳିବେ ନାହିଁ ଫେଡରର

ବାସେଲ,୧୪।୨- ସୁଇଜରଲାଣ୍ଡର କିମ୍ବଦନ୍ତୀ ରୋଜର ଫେଡରର ଚଳିତ ବର୍ଷ କ୍ଲେ କୋର୍ଟରେ କେବଳ ଥରେ ରୋଲାଣ୍ଡ ଗାରୋସରେ ଖେଳିବେ। ୨୦ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ୨୦୧୭ ଓ ୨୦୧୮ ସିଜନରେ କ୍ଲେ କୋର୍ଟରେ ଖେଳି ନ ଥିଲେ। ଏପରି କି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରେ ପ୍ରତିନିଧିତ୍ୱ କରି ନ ଥିଲେ। ଗତବର୍ଷ କ୍ଲେକୋର୍ଟରେ ମାତ୍ର ଦୁଇଟି ଟୁର୍ନାମେଣ୍ଟରେ ଖେଳିଥିଲେ। ଚଳିତ ସିଜନରେ ଫ୍ରେଞ୍ଚ ଓପନ ଛଡ଼ା ମାଡ୍ରିଡ୍‌ ଓ ରୋମ ମାଷ୍ଟର୍ସରେ ଖେଳିବା ନେଇ ସମ୍ଭାବନା ଥିଲା। କିନ୍ତୁ ଫେଡରର ଏଥିରେ ଅଂଶଗ୍ରହଣ କରିବେ ନାହିଁ ବୋଲି ଏଜେଣ୍ଟ ଟୋନି ଗଡସିକ ସ୍ପଷ୍ଟ କରିଛନ୍ତି। ତାଙ୍କ କାର୍ଯ୍ୟସୂଚୀ ଅନୁଯାୟୀ, ସେ କେବଳ ରୋଲାଣ୍ଡ ଗାରୋସରେ ଖେଳିବେ। ୩୮ ବର୍ଷୀୟ ଟେନିସ ଖେଳାଳି ଗତ କିଛି ବର୍ଷ ହେଲା ନିର୍ଦ୍ଦିଷ୍ଟ ଟୁର୍ନାମେଣ୍ଟରେ ହିଁ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri