Posted inଜାତୀୟ

ଫ୍ଲୋର ଟେଷ୍ଟ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କରୋନା ଟେଷ୍ଟ!

ଭୋପାଳ,୧୫।୩: ମଧ୍ୟପ୍ରଦେଶର କମଳନାଥ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବେ ବୋଲି ରାଜ୍ୟପାଳ ଲାଲାଜି ଟଣ୍ଡନ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା ପୂର୍ବରୁ ମଧ୍ୟପ୍ରଦେଶର ସମସ୍ତ ବିଧାୟକଙ୍କର କରୋନା ଭାଇରସ ଟେଷ୍ଟ କରାଯିବ ବୋଲି ଜଣାପଡିଛି। ମଧ୍ୟପ୍ରଦେଶ ରାଜନୀତିରେ ଆରମ୍ଭ ହୋଇଥିବା ରାଜନୈତିକ ଡ୍ରାମା ଏବେ ଚର୍ଚ୍ଚାରେ ଥିବା ବେଳେ ଜୟପୁରରେ ଥିବା ବିଧାୟକମାନେ ରବିବାର ଭୋପାଳ ପହଞ୍ଚିଛନ୍ତି। ଏମାନଙ୍କୁ କଡା ସୁରକ୍ଷାରେ ହୋଟେଲକୁ ଅଣାଯାଇଛି। ଇତିମଧ୍ୟରେ କମଲନାଥ ସରକାରଙ୍କର ବଲ୍ଲଭ ଭବନରେ ଆୟୋଜିତ ବୈଠକରେ ଆଲୋଚନା କରାଯାଇଛି କି ଦେଶରେ କରୋନା ଭାଇରସର ଭୟାବହତାକୁ ଦେଖି ଏବେ ମଧ୍ୟପ୍ରଦେଶର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯିବ। କେବଳ ସେତିକି ନୁହେଁ ଜୟପୁରରୁ ଫେରିଥିବା ଓ ରାଜ୍ୟରେ ଥିବା ସମସ୍ତ ବିଧାୟକଙ୍କର କରୋନା ଟେଷ୍ଟ କରାଯିବ ବୋଲି ସ୍ଥିର କରାଯାଇଥିବା କୁହାଯାଉଛି। କେହି କେହି କହୁଛନ୍ତି ଯେଉଁ ବିଧାୟକମାନେ ବାହାରେ ରହି ଫେରିଛନ୍ତି ସେମାନେ କାହା କାହା ସମ୍ପର୍କରେ ଆସିଛନ୍ତି ତାହା ଜଣା ନ ଥିବାରୁ ସେମାନଙ୍କର କରୋନା ଟେଷ୍ଟ ହେବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri