ଫ୍ୟାନ୍‌ରେ ଝୁଲି ଇଞ୍ଜିନିୟରଙ୍କ ଆତ୍ମହତ୍ୟା

ଝାରସୁଗୁଡ଼ା ଅଫିସ,୨୪ା୧: ଝାରସୁଗୁଡ଼ା ଜିଲା ବଡମାଲ ଥାନା ଅନ୍ତର୍ଗତ ବେଦାନ୍ତ ଟାଉନଶିପ୍‌ ଲେଡିଜ୍‌ ହଷ୍ଟେଲରେ ରହୁଥିବା ଜଣେ ଯୁବତୀ ସୋମବାର ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଭୁବନେଶ୍ୱର ପାହାଳର ଶ୍ରୁତି ସାଗରିକା ସାହୁ(୨୬)। ସେ ବେଦାନ୍ତ କାରଖାନାରେ ଫଟ୍‌ଲାଇନ୍‌ରେ ଇଞ୍ଜିନିୟର ଭାବେ କାମ କରୁଥିଲେ। ଏ ସମ୍ପର୍କରେ କମ୍ପାନୀ କର୍ତ୍ତୃପକ୍ଷ ଜଣାଇବା ପରେ ବଡମାଲ ଥାନା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ପରିବାର ଲୋକେ ପହଞ୍ଚିବା ପରେ ମୃତଦେହ ସହ କୋଠରିରୁ ଏକ ସୁଇସାଇଡ୍‌ ନୋଟ ଜବତ କରାଯାଇଛି। ଏହାକୁ ନେଇ ତଦନ୍ତ କଲାପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ଆଇଆଇସି ଅମିତାଭ ପଣ୍ଡା କହିଛନ୍ତି। ସୂଚନା ଅନୁସାରେ ହଷ୍ଟେଲ୍‌ର ଗୋଟିଏ ରୁମ୍‌ରେ ଶ୍ରୁତି ଓ ତାଙ୍କର ଜଣେ ସହକର୍ମୀ ଏକ ସଙ୍ଗେ ରହୁଥିଲେ। ଶ୍ରୁତିଙ୍କ ଦେହ ଅସୁସ୍ଥ ଥିବାରୁ ସେ ଡ୍ୟୁଟିକୁ ଯାଇ ନ ଥିଲେ। ତାଙ୍କ ସହକର୍ମୀ ଡ୍ୟୁଟିକୁ ଯାଇଥିଲେ। ଅପରାହ୍ନରେ ପାଖ ରୁମ୍‌ରେ ରହୁଥିବା ଅନ୍ୟ ସହ କର୍ମୀମାନେ ଆସି ଶ୍ରୁତିଙ୍କୁ ଡାକିଥିଲେ। ହେଲେ ସେ ରୁମ୍‌ କବାଟ ଖୋଲି ନ ଥିଲେ। ପରେ ସେମାନେ ହଷ୍ଟେଲ୍‌ରେ ଥିବା ସିକ୍ୟୁରିଟିଙ୍କୁ ଖବର ଦେବାରୁ ସେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ । ପୋଲିସ କବାଟ ଖୋଲିବା ପରେ ଯୁବତୀ ଜଣଙ୍କ ବେକରେ ଚୁର୍ନିବାନ୍ଧି ଫ୍ୟାନ୍‌ରେ ଝୁଲୁଥିବା ଦେଖିବାକୁ ମିଳିଛି । ଯୁବତୀ ଜଣଙ୍କ କାହିଁକି ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?