‘ବଂଶୀ’କୁ ଟାର୍ଗେଟ କଲା ‘ଅସ୍ତ୍ର’

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ଗବେଷଣା ଓ ଉନ୍ନୟନ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ବୁଧବାର ପୂର୍ବାହ୍ନ ୧୦ଟା ୧ ମିନିଟ୍‌ ସମୟରେ ଆକାଶରୁ ଆକାଶକୁ ନିକ୍ଷେପ କରାଯାଇ ପାରୁଥିବା ସ୍ବଳ୍ପ ଦ୍ରୁତଗାମୀ କ୍ଷେପଣାସ୍ତ୍ର ‘ଅସ୍ତ୍ର’ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। କୁଲେଇକୁଣ୍ଡା ଏୟାର ବେସ୍‌ରୁ ସୁଖୋଇ ୩୦ଏମ୍‌କେଆଇ ଫ୍ଲାଇଟ୍‌ ଜେଟ୍‌ରୁ ଏହାକୁ ନିକ୍ଷେପ କରାଯିବାର କିଛି ସମୟ ପରେ ଚାନ୍ଦିପୁର ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍‌)ର ୩ ନଂ. ଲଞ୍ଚପ୍ୟାଡ୍‌ରୁ କ୍ଷେପଣାସ୍ତ୍ର ‘ବଂଶୀ’ର ପରୀକ୍ଷଣ କରାଯାଇଥିଲା। ଆକାଶମାର୍ଗରେ ‘ଅସ୍ତ୍ର’ କ୍ଷେପଣାସ୍ତ୍ର ‘ବଂଶୀ’କୁ ଟାର୍ଗେଟ୍‌ କରିବାରେ ସଫଳ ହୋଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି।
ଗତ ୧୬ ତାରିଖରେ କୁଲେଇକୁଣ୍ଡା ଏୟାର ବେସ୍‌ରୁ ସୁଖୋଇ ୩୦ଏମ୍‌କେଆଇ ଫ୍ଲାଇଟ୍‌ ଜେଟ୍‌ରୁ କେବଳ ‘ଅସ୍ତ୍ର’ ନିକ୍ଷେପ କରାଯାଇଥିଲା, ଯାହା ସଫଳ ହୋଇଥିଲା। ଏହି କ୍ଷେପଣାସ୍ତ୍ରର ଲମ୍ବ ୩.୮ ମିଟର ଓ ମୋଟେଇ ୧୭୮ ସେ.ମି.। ଏହା ୧୫୪କେଜି ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରଖିଛି। ଏହା ତରଳ ଇନ୍ଧନରେ ଚାଳିତ ହୁଏ ଏବଂ ଶବ୍ଦର ଗତି ଠାରୁ ୪.୫ ମାର୍ଚ୍ଚ ସ୍ପିଡ୍‌ରେ ଗତି କରିପାରେ। ଏହାକୁ ଉଭୟ ସ୍ବଳ୍ପ ଏବଂ ଦ୍ରୁତଗାମୀ କ୍ଷେପଣାସ୍ତ୍ର ଭାବେ ବ୍ୟବହାର କରାଯାଇ ପାରିବ। ୨୦କି.ମି.ରୁ ୧୧୦କି.ମି. ପର୍ଯ୍ୟନ୍ତ ଏହାର ଲକ୍ଷ୍ୟଭେଦ କରିବା ସାମର୍ଥ୍ୟ ରହିଛି। ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ ଏହି କ୍ଷେପଣାସ୍ତ୍ର ନିର୍ମାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri