ବଅଁରପାଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: କ୍ଲବ, ଭଡ଼ା ଘରେ ଚାଲିଛି ଡାକ୍ତରଖାନା

ବଅଁରପାଳ, ୨୮।୬(ଡି.ଏନ.ଏ.)- ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ଏହାର ଭିନ୍ନଚିତ୍ର ନଜରକୁ ଆସିଛି। ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ଏହା ଅଧୀନରେ ଥିବା ଉପ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ପାଇଁ ସ୍ଥାୟୀ ଘର ନ ଥିବା ବେଳେ ବିଭିନ୍ନ କ୍ଲବ ଓ ଭଡ଼ା ଘରେ ଚିକିତ୍ସା ସେବା ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ୨୬ଟି ଉପସ୍ବାସ୍ଥ୍ୟ କେନ୍ଦ୍ର ମଧ୍ୟରୁ ୧୯ କେନ୍ଦ୍ରର ସ୍ଥାୟୀ ଗୃହ ନାହିଁ। ଫଳରେ ଏହି କେନ୍ଦ୍ରଗୁଡ଼ିକ କ୍ଲବ, ଭଡ଼ା ଘରେ କିମ୍ବା ଅନେକ ସମୟରେ ସ୍କୁଲ ଘରେ ମଧ୍ୟ ଚାଲୁଛି। କେବଳ ନୂଆହତା, ବୁଢ଼ାପଙ୍କ, ଗଡ଼ସନ୍ତ୍ରୀ, ପିଙ୍ଗୁଆ, ବଳରାମପ୍ରସାଦ, ତୁଳସୀପାଳ, ଫୁଲପଡ଼ା କେନ୍ଦ୍ରର ସ୍ଥାୟୀ ଗୃହ ରହିଛି। ସେହିପରି ଜରାସିଂହା, କୁକୁଡାଙ୍ଗ, କୁଇଓ, ତୁବେ, କଞ୍ଜରା, ସାନ୍ତରାପୁର, ଗୋଳାବନ୍ଧ, କୁରୁଡ଼ୁଲୁ, କାଣ୍ଡସର, ରାଣୀଗୋଡ଼ା, କୁମଣ୍ଡ, ପରତରା, କୁଲାଡ଼, ନାଲକୋ, ବଅଁରପାଳ, ଗୋତମରା, ରଙ୍କାସିଂହା, ମହୀଧରପୁର ଓ ତଳମୂଳ ଉପସ୍ବାସ୍ଥ୍ୟ କେନ୍ଦ୍ରର ସ୍ଥାୟୀ ଘର ନାହିଁ। ସରକାରଙ୍କ ଉଦାସୀନତା ତଥା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଏହି ସମସ୍ୟାରେ ସୁଧାର ଆସିପାରୁ ନ ଥିବା ଅଭିଯୋଗ ହେଉଛି। ଏଥିସହ ଆବଶ୍ୟକ ଯନ୍ତ୍ରପାତି, ଔଷଧପତ୍ର ଓ ଶଯ୍ୟା ନ ଥିବାରୁ ଲୋକମାନେ ସେବାରୁ ବଞ୍ଚିତ ହେବା ସହ ଜରୁରୀକାଳୀନ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିସହ କର୍ମଚାରୀଙ୍କ ଅଭାବ ସସମ୍ୟାକୁ ଆହୁରି ବଢାଇ ଦେଉଛି। ଶଯ୍ୟା ନ ଥିବାରୁ ଗର୍ଭବତୀମାନେ ବେଞ୍ଚ କିମ୍ବା ଚଟାଣରେ ଶୋଇ ଚିକିତ୍ସିତ ହେଉଛନ୍ତି। ସେହିପରି କେନ୍ଦ୍ରଗୁଡ଼ିକୁ ଠିକ୍‌ ପରିମାଣରେ ଔଷଧ ଆସୁ ନ ଥିବା ଅଭିଯୋଗ ହେଉଛି। ଏଥିସହ ୨୬ଟି ଉପସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ଲେଖାଏ ମହିଳା ଓ ପୁରୁଷ ସ୍ବାସ୍ଥ୍ୟ କର୍ମଚାରୀ ରହିବା କଥା। ମାତ୍ର ୧୬ଟି କେନ୍ଦ୍ରରେ ପୁରୁଷ ସ୍ବାସ୍ଥ୍ୟ କର୍ମଚାରୀ ନ ଥିବା ଜଣାପଡ଼ିଛି। ଏହାକୁ ନେଇ ତୀବ୍ର ଜନଅସନ୍ତୋଷ ଦେଖା ଦେଇଛି।
ଏ ସମ୍ପର୍କରେ ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସ୍ବପ୍ନେଶ୍ୱର ବେହେରା କହିଛନ୍ତି, ଯେଉଁ କେନ୍ଦ୍ରର ସ୍ଥାୟୀ ଘର ନାହିଁ ସେଠାରେ ସମସ୍ୟା ଦେଖାଦେଇଛି। ମାତ୍ର ସରକାରଙ୍କ ତରଫରୁ ଧୀରେ ଧୀରେ ନୂତନ ଘର ନିର୍ମାଣ କରାଯାଉଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?