Posted inଖେଳ

ବକ୍ସିଂ ଡେ ଟେଷ୍ଟ ପାଇଁ ସିଡ୍‌ଲୀଙ୍କୁ ଡାକରା

ସିଡ୍‌ନୀ, ୧୭।୧୨ (ଏଏଫ୍‌ପି)- ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ଡିସେମ୍ବର ୨୬ରୁ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ୨ୟ ମ୍ୟାଚ୍‌ ଆରମ୍ଭ ହେବ। ବକ୍ସିଂ ଡେ’ରେ ଆରମ୍ଭ ହେବାକୁ ଥିବା ଏହି ଟେଷ୍ଟ ମ୍ୟାଚ୍‌ ପାଇଁ ମଙ୍ଗଳବାର ୧୩ ଜଣିଆ ଅଷ୍ଟ୍ରେଲିଆ ଦଳ ଘୋଷଣା କରାଯାଇଛି। ଭେଟେରାନ ଦ୍ରୁତ ବୋଲର ପିଟର୍‌ ସିଡ୍‌ଲୀଙ୍କୁ ଅଷ୍ଟ୍ରେଲିଆ ଚୟନକର୍ତ୍ତାମାନେ ଏହି ଦଳରେ ସୁଯୋଗ ଦେଇଛନ୍ତି। ଫଳରେ ୩୫ ବର୍ଷୀୟ ସିଡ୍‌ଲୀଙ୍କ କ୍ୟାରିୟରକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ପୁଣିଥରେ ଉଜ୍ଜୀବିତ ହୋଇଉଠିଛି। ଏହି ଭେଟେରାନ ଡାହାଣହାତୀ ଦ୍ରୁତ ବୋଲର ଗତ ଆଶେସ ସିରିଜରେ ୩ଟି ମ୍ୟାଚ ଖେଳି ୪୨.୧୪ ଆଭରେଜରେ ମାତ୍ର ୭ଟି ଉଇକେଟ୍‌ ନେଇଥିଲେ। ଫଳରେ ତାଙ୍କ ଭବିଷ୍ୟତ କ୍ୟାରିୟର ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଥିଲା। ଏହାପରେ ଗତ ମାସରେ ପାକିସ୍ତାନ ବିପକ୍ଷରେ ଅନୁଷ୍ଠିତ ଟେଷ୍ଟ ସିରିଜ ଓ ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ସିରିଜ ଲାଗି ତାଙ୍କ ନାମ ବିଚାରକୁ ନିଆଯାଇ ନ ଥିଲା। କିନ୍ତୁ ଜୋଶ୍‌ ହାଜେଲଉଡ୍‌ଙ୍କ ଆଘାତ ସମସ୍ୟା ସିଡ୍‌ଲୀଙ୍କ ଖେଳିବା ପାଇଁ ଆଶା ସଞ୍ଚାର କରିଥିଲା। ହାଜେଲଉଡ୍‌ଙ୍କ ସ୍ଥାନରେ ବଦଳ ଖେଳାଳିଭାବେ ଜେମ୍ସ ପାଟିନସନ ପ୍ରମୁଖ ଦାବିଦାର ରହିଥିଲେ ମଧ୍ୟ ଏମ୍‌ସିଜି ସିଡ୍‌ଲୀଙ୍କ ହୋମ୍‌ ଭେନ୍ୟୁ ହୋଇଥିବାରୁ ତାଙ୍କୁ ଚୟନକର୍ତ୍ତାମାନେ ସୁଯୋଗ ଦେଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିବା ପରଠାରୁ ସିଡ୍‌ଲୀ ବର୍ତ୍ତମାନ ସୁଦ୍ଧା ଜାତୀୟ ଦଳ ପକ୍ଷରୁ ୬୭ ଟେଷ୍ଟ, ୨୦ ଦିନିକିଆ ଓ ୨ ଟି୨୦ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ଯଥାକ୍ରମେ ୨୨୧, ୧୭ ଓ ୩ଟି ଉଇକେଟ୍‌ ନେଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌କୁ ୨୯୬ ରନରେ ଜିତି ଅଷ୍ଟ୍ରେଲିଆ ୧-୦ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri