Posted inଖେଳ

ବକ୍ସିଂ ଡେ ଟେଷ୍ଟ: ପ୍ରଥମ ଦିନର ସମ୍ମାନ ନେଲା ଅଷ୍ଟ୍ରେଲିଆ

ମେଲବୋର୍ନ, ୨୬।୧୨- ସ୍ଥାନୀୟ ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ଗୁରୁବାରଠାରୁ ଘରୋଇ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ବକ୍ସିଂ ଡେ ଅବସରରେ ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୪ ଉଇକେଟ୍‌ ହରାଇ ୨୫୭ ରନ ସଂଗ୍ରହ କରିଛି। ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନ ଓ ଷ୍ଟିଭ ସ୍ମିଥଙ୍କ ଅର୍ଦ୍ଧଶତକ ସହାୟତାରେ ପ୍ରଥମ ଦିନର ସମ୍ମାନ ଅଷ୍ଟ୍ରେଲିଆ ହାତେଇ ନେଇଛି। ପୂର୍ବରୁ ପ୍ରଥମ ମ୍ୟାଚ୍‌କୁ ୨୯୬ ରନର ବୃହତ୍‌ ବ୍ୟବଧାନରେ ଜିତି ଅଷ୍ଟ୍ରେଲିଆ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିଛି। ବକ୍ସିଂ ଡେ ଥିବାରୁ ଏମ୍‌ସିଜି ଗ୍ରାଉଣ୍ଡରେ ୭୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶକ ପ୍ରଥମ ଦିନର ଖେଳକୁ ଉପଭୋଗ କରିଥିଲେ।
ମ୍ୟାଚ୍‌ରେ ଟସ୍‌ ଜିତି ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମ୍ସ ପ୍ରଥମେ ଫିଲ୍ଡିଂ ନେବାକୁ ନିଷ୍ପତ୍ତି ନେଇଥିଲେ। ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ଇନିଂସର ପ୍ରଥମ ଓଭରରେ ଓପନର୍‌ ଜୋ ବନର୍‌ସ (୦)ଙ୍କ ଉଇକେଟ୍‌ ହରାଇଥିଲା। ବନର୍‌ସଙ୍କୁ କ୍ଲିନ୍‌ ବୋଲ୍ଡ କରି ଟ୍ରେଣ୍ଟ ବୋଲ୍ଟ କିଓ୍ବି ଦଳକୁ ପ୍ରଥମ ସଫଳତା ଦେଇଥିଲେ। ଏହାପରେ ଦ୍ୱିତୀୟ ଉଇକେଟ୍‌ରେ ଲାବୁସେନଙ୍କ ସହ ମିଶି ଅଭିଜ୍ଞ ଡେଭିଡ୍‌ ଓ୍ବାର୍ନର ଇନିଂସ ସଜାଡ଼ିଥିଲେ। ତେବେ ଦଳୀୟ ସ୍କୋର ୬୧ ରନ ହୋଇଥିବାବେଳେ ଓ୍ବାର୍ନର (୪୧) ବାମହାତୀ ଦ୍ରୁତ ବୋଲର୍‌ ନିଲ୍‌ ଓ୍ବାଙ୍ଗରଙ୍କ ବଲରେ ସ୍ଲିପରେ କ୍ୟାଚ୍‌ ହୋଇଥିଲେ। ସ୍ମିଥ୍‌ ଓ ଲାବୁସେନ ୩ୟ ଉଇକେଟ୍‌ରେ ୮୩ ରନର ଭାଗୀଦାରି କରି ଦଳକୁ ଦେଢ଼ଶହ ରନ୍‌ ନିକଟତର କରିଥିବାବେଳେ ଲାବୁସେନ ଆଉଟ୍‌ ହୋଇଥିଲେ। ଶ୍ରେଷ୍ଠ ଫର୍ମରେ ଥିବା ଲାବୁସେନ ୬୩ ରନ କରି କଲିନ୍‌ ଡି ଗ୍ରାଣ୍ଡହୋମଙ୍କ ଶିକାର ବନିଥିଲେ। ଏହାପରେ ମାଥ୍ୟୁ ଓ୍ବାଡେ (୩୮ ରନ) ମଧ୍ୟ କ୍ରିଜରେ ଜମି ଆସୁଥିବାବେଳେ ଗ୍ରାଣ୍ଡହୋମଙ୍କ ୨ୟ ଶିକାର ହୋଇଥିଲେ। ତେବେ ସ୍ମିଥ୍‌ ଓ ଟ୍ରାଭିସ ହେଡ୍‌ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ଦଳକୁ ଆଉ କୌଣସି କ୍ଷତି ହେବାକୁ ଦେଇ ନ ଥିଲେ। ୯୦ ଓଭରରେ ଅଷ୍ଟ୍ରେଲିଆ ୪ ଉଇକେଟ୍‌ ବିନିମୟରେ ୨୫୭ ରନ କରିଛି। ସ୍ମିଥ୍‌ ୧୯୨ ବଲରୁ ୭୭ (୮ ଚୌକା ଓ ୧ ଛକା) ଓ ହେଡ୍‌ ୫୬ ବଲରୁ ୨୫ (୩ ଚୌକା) ରନ କରି ଅପରାଜିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri