ବକ୍ସ ଅଫିିସ୍‌ରେ କମାଲ୍‌ କରୁଛି ଫିଲ୍ମ କବିର ସିଂହ: ୩ ଦିନରେ ୭୦କୋଟି

ମୁମ୍ବାଇ: ସାହିଦ କପୁରଙ୍କ ଫିଲ୍ମ କବିର ସିଂହ ରିଲିଜ ହୋଇସାରିଥିବା ବେଳେ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ପ୍ରଥମ ଦିନରୁ ଏହି ଫିଲ୍ମ ୨୦ କୋଟି ଟଙ୍କା ଆୟ କରିସାରିଥିବା ବେଳେ ଶନିବାର ୨୩ କୋଟି ଓ ରବିବାର ଛୁଟିରେ ଫିଲ୍ମକୁ ଭଲ ଫାଇଦା ହେବା ସହ ୨୭.୭୫କୋଟି ଟଙ୍କା ଆୟ କରିଥିବା ଜଣାପଡ଼ିଛି। ପ୍ରଥମ ଓ୍ବିକେଣ୍ଡରେ ଏହି ଫିଲ୍ମ ସର୍ବମୋଟ ୭୦.୭୫ କୋଟି ଟଙ୍କା ଆୟ କରିସାରିଲାଣି। ଚଳିତ ବର୍ଷ ରିଲିଜ ହୋଇଥିବା ପିଲ୍ମଗୁଡିକ ରବିବାର କରିଥିବା ଆୟକୁ ଦେଖିଲେ ‘କବିର ସିଂହ’ ‘ଭାରତ’କୁ ପଛରେ ପକାଇ ଦେଇଛି। କବିର ସିଂହ(୨୭.୭୫କୋଟି) ଭାରତ(୨୫.୫୦କୋଟି) ଓ ଟୋଟାଲ ଧମାଲ(୨୪କୋଟି) ଟଙ୍କା ଆୟ କରିଛି। ଏହି ଫିଲ୍ମ ସାହିଦ ଓ କିୟାରା ଆଡଭାନୀଙ୍କ ପାଇଁ କ୍ୟାରିୟର ସବୁଠାରୁ ବଡ଼ ଓପନର ଭାବେ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମକୁ ସାରା ଦେଶର ଏକାସାଙ୍ଗରେ ୩୧୨୩ ସ୍କ୍ରିନରେ ରିଲିଜ୍‌ କରାଯାଇଥିଲା। ଫିଲ୍ମ କବିର ସିଂହ ହେଉଛି ତେଲଗୁ ବ୍ଲକବଷ୍ଟର ‘ଅର୍ଜୁନ ରେଡ୍ଡୀ’ର ହିନ୍ଦୀ ରିମେକ। ସନ୍ଦୀପ ବାଙ୍ଗାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଏକ ପାଗଳ ପ୍ରେମୀକର କାହାଣୀକୁ ନେଇ ଗତିଶୀଳ ହୋଇଛି। ଏଥିରେ ସାହିଦଙ୍କ ଦମ୍‌ଦାର ଅଭିନୟକୁ ପ୍ରଂଶସକ ପ୍ରଶଂସା କରିଥିବା ବେଳେ କିୟାରାଙ୍କ ସରଳ ମନୋଭାବ ସମସ୍ତଙ୍କୁ ପ୍ରଭାବିତ କରିଛି। ପରଦାରେ କିୟାରା ସହ ସାହିଦଙ୍କ କେମେଷ୍ଟ୍ରୀକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?