Posted inଜାତୀୟ

ବଙ୍ଗଳା ଶିଖୁଛନ୍ତି ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ଆହୁରି ବର୍ଷେ ବାକି ରହିଛି। ହେଲେ ଭାରତୀୟ ଜନତା ପାର୍ଟି (ଭାଜପା)ର ଅଧ୍ୟକ୍ଷ ଅମିତ ଶାହା ଏବେ ଠାରୁ ନିର୍ବାଚନର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୂଚନାଯୋଗ୍ୟ, ଭାଜପା ମିଶନ ୨୫୦କୁ ନେଇ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର କରିବାକୁ ଯାଉଛି। ଆଉ ନିର୍ବାଚନ ରଣନୀତିରେ ଯେପରି କୌଣସି ପ୍ରକାରର ତ୍ରୁଟି ରହି ନ ଯାଏ ଏବଂ ଭାଷା ବାଧକ ନ ହୁଏ, ସେନେଇ ଭାଜପା ଅଧ୍ୟକ୍ଷ ପ୍ରସ୍ତୁତି ଚଳାଇଛନ୍ତି। ଶୁଣିବାକୁ ମିଳିଛି ଅମିତ ଶାହା ବଙ୍ଗଳା ଭାଷା ଶିଖୁଛନ୍ତି। ଏଥିପାଇଁ ସେ ଜଣେ ଶିକ୍ଷକଙ୍କୁ ମଧ୍ୟ ରଖିଛନ୍ତି। ଏହାଦ୍ୱାରା ସେ ଏହି ଭାଷାକୁ ସହଜରେ ବୁଝିପାରିବେ ଏବଂ ନିର୍ବାଚନ ସଭାରେ ନିଜର ଅଭିଭାଷଣ ବଙ୍ଗଳାରେ ରଖିପାରିବେ। ଯେପରି ତାଙ୍କ ଭାଷଣ ଲୋକଙ୍କ ଉପରେ ପ୍ରଭାବ ବିସ୍ତାର କରିପାରିବ। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ‘ମାଆ, ମାଟି ଓ ମାନୁଷ’ ସ୍ଲୋଗାନ ଦେଇ ନିଜ ସ୍ଥିତିକୁ ସୁଦୃଢ କରିପାରିଛନ୍ତି। ଏବେ ଭାଜପା ମଧ୍ୟ ଏହାକୁ ଅସ୍ତ୍ର କରି ନିଜର ସ୍ଥାନ ତିଆରି କରିବାକୁ ପ୍ରଚେଷ୍ଟା ଚଳାଇଛି। ଶାହାଙ୍କୁ ଭାଜପାର ନିର୍ବାଚନ ରାଣନୀତିର ଚାଣକ୍ୟ ବୋଲି କୁହାଯାଏ। ପ୍ରତିଟି ନିର୍ବାଚନରେ ଶାହା ନିଜର ଭିନ୍ନ-ଭିନ୍ନ ରଣନୀତି ଆପଣଇଥାନ୍ତି। କିନ୍ତୁ ଚଳିତ ବିଧାନସଭା ନିର୍ବାଚନରେ ପ୍ରଥମେ ମହାରାଷ୍ଟ୍ର, ହରିୟାଣା ଓ ଝାଡଖଣ୍ଡରେ ଶୋଚନୀୟ ପରାଜୟ ପରେ ଶାହା ପଶ୍ଚିମବଙ୍ଗ ନିର୍ବାଚନର ନେତୃତ୍ୱ ନିଜ ହାତକୁ ନେଇଛନ୍ତି। ଏଥିପାଇଁ କର୍ମକର୍ତ୍ତାଙ୍କ ମଧ୍ୟରେ ସମନ୍ବୟ ଠିକ୍‌ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏଥିପାଇଁ ଭାଷା ଯେପରି ରଣନୀତିରେ ବାଧା ସୃଷ୍ଟି ନକରେ, ସେଥିପାଇଁ ବଙ୍ଗଳା ଶିଖୁଛନ୍ତି ଅମିତ ଶାହା ।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri