ବଙ୍ଗୀୟ ଭାଷୀଙ୍କ ଉପରେ ନଜର: ସମୁଦ୍ର ପଥରେ କଡ଼ା ପାଟ୍ରୋଲିଂ

ମହାକାଳପଡ଼ା, ୨୭।୪ (ଡି.ଏନ୍‌.ଏ.)-ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୧୦ରେ ପହଞ୍ଚତ୍ଛି। ଏବେ ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା କରୋନା ହଟ୍‌ସ୍ପଟ୍‌ ରହିଥିବା ବେଳେ ସଂକ୍ରମିତଙ୍କ ମଧ୍ୟରେ ଅଧିକାଂଶ ଫଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ଏହାପରେ ରାଜ୍ୟର ବିଭିନ୍ନ ସାମୁଦ୍ରିକ ପଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ଓ ତନ୍ତିଆପାଳ ସାମୁଦ୍ରିକ ଥାନା ପକ୍ଷରୁ ସମୁଦ୍ର ପଥରେ ପାଟ୍ରୋଲିଂ କଡ଼ାକ କଡ଼ି କରାଯାଇଥିବା ଉଭୟ ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମହାକାଳପଡ଼ା ବ୍ଲକର ବତୀଘର, ଖରି ନାସି , ରାମନଗର, ଜମ୍ବୁ, ସୁନିତି, ନାଞ୍ଜୁରା, ବଉଳ କଣି, ପେଟ୍‌ଚ୍ଛେଲା, ଆଦି ପଞ୍ଚାୟତରେ ବହୁ ବଙ୍ଗୀୟ ଭାଷାଭାଷୀ ବସବାସ କରୁଛନ୍ତି। ତେବେ ପଶ୍ଚିମବଙ୍ଗ ଲୋକମାନେ ମାଛଧରା ଡଙ୍ଗାରେ ଏଠାକାର ଲୋକଙ୍କ ଘରକୁ ଆସିବାର ଅଶଙ୍କା ରହିଥିବାରୁ ପାଟ୍ରୋଲିଂ କଡ଼ା କଡ଼ି କରାଯାଇଥିବା ସୂଚନା ମିଳିଛି। ଅପରପକ୍ଷେ କୌଣସି ସନ୍ଦିଗ୍ଧ ଲୋକଙ୍କୁ ସମୁଦ୍ର ପଥରେ ଦେଖିଲେ ତୁରନ୍ତ ସ୍ଥାନୀୟ ପୋଲିସକୁ ଜଣାଇବାକୁ ଅନୁରୋଧ କରାଯାଇଛି। ହାଇସ୍ପିଡ ବୋଟ ଯୋଗେ ଜମ୍ବୁ ମେରାଇନ ଥାନା ପକ୍ଷରୁ ସତନ୍ତ୍ର ଟିମ୍‌ ବଙ୍ଗୋସାଗରରେ ପେଟ୍ରୋଲଂ କରୁଥିବା ଥାନା ଅଧିକାରୀ ରାମ କୁମାର ମୁର୍ମୁ ସୂଚନା ଦେଇଛନ୍ତି। ତନ୍ତିଆପାଳ ମେରାଇନ ଥାନାର ବୋଟ ନ ଥିବାରୁ ନିକଟସ୍ଥ ନଦୀ ଓ ସମୁଦ୍ର କୂଳରେ ବସବାସ କରୁଥିବା ଲୋକଙ୍କ ଉପରେ ନଜର ରଖାଯଇଥିବା ଥାନା ଅଧିକାରୀ ଜ୍ୟୋତିରଞ୍ଜନ ସ୍ବାଇଁ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର କହିଛନ୍ତି, ସମୁଦ୍ର ପଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଜିଲାର ସମସ୍ତ ମେରାଇନ ଥାନାକୁ କୁହାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri