ବଚସାରୁ ସାଙ୍ଗକୁ ହାଣି ହତ୍ୟା

ପୋଲସରା,୨୪ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତସ୍ଥିତ ପାତାଳସିଙ୍ଗି ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟଛି। ସାମାନ୍ୟ ବଚସାରୁ ସାଙ୍ଗଙ୍କୁ କାତିରେ ହାଣି ହତ୍ୟା କରିଛନ୍ତି ସାଙ୍ଗ। ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ପାତାଳସିଙ୍ଗି ଗ୍ରାମର ଅଭିମନ୍ୟୁ ବିଶୋୟୀ।
ପ୍ରକାଶ ଯେ, ଅଭିମନ୍ୟୁ ଓ ସେହି ଗ୍ରାମର ପ୍ରକାଶ ଗୌଡ ୨ ସାଙ୍ଗ। ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଉଭୟଙ୍କ ମଧ୍ୟରେ କାଠ ବେପାରକୁ ନେଇ ଗଁା ଦାଣ୍ଡରେ ବଚସା ହୋଇଥିଲା। ପରେ ପ୍ରକାଶ ରାଗିଯାଇ ଏକ କାତିଆଣି ଅଭିମନ୍ୟୁଙ୍କ ବେକରେ ଚୋଟ ପକାଇଥିଲେ। ଘଟଣାସ୍ଥଳରେ ହିଁ ସେ ଟଳି ପଡିଥିଲେ। ପରିବାର ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ଗଁାରେ ପହଞ୍ଚତ୍ ପ୍ରକାଶଙ୍କୁ ଧରି ଥାନାକୁ ଆଣିବା ସହ ତଦନ୍ତ ଚଳାଇଛନ୍ତି। ଖବର ଲେଖାହେବା ସୁଦ୍ଧା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନାଧିକାରୀ ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ପରିବାରର ୧୬ ବଖରା ପୋଡି ପାଉଁଶ, ଗୋରୁ-ଛେଳି ଜୀବନ୍ତ ଦଗ୍ଧ

ତିହିଡି଼,୫୧(ସଞ୍ଜିତ ବଳ):ତିହିଡି଼ ତହସିଲ ପୀରହାଟ ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଛତ୍ରପଦା ଗ୍ରାମର ପଣ୍ଡିତସାହିରେ ରବିବାର ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି l ଏଥିରେ...

ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ

ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି...

ଖ୍ରୀଷ୍ଟିୟାନା ନାଗଙ୍କୁ ପ୍ରଥମ ଲୋଇସିଂହା ସୁନ୍ଦରୀ ମୁକୁଟ

ଲୋଇସିଂହା,୫ା୧(ସୁଶାନ୍ତ ବାରିକ):ପୌଷ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ଜିଲା ଲୋଇସିଂହା ଦୁର୍ଗାମଣ୍ଡପରେ ୨ଦିନ ଧରି ଚାଲିଥିବା ୧୬ତମ ଲୋଇସିଂହା ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ...

ଧନୁଯାତ୍ରା କଥା, ବ୍ୟଥା: କାଳ ହେଲା କଂସ, ମଥୁରା ଛାଡ଼ିଲା ହସ୍ତୀ

ବରଗଡ଼,୫ା୧(ପ୍ରେମାନନ୍ଦ ଖମାରୀ):ନୂଆ ସରକାର ଆସିବା ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ନୂଆଁ ପରିକଳ୍ପନା କରାଯାଇଥିଲା। ବିଗତ ବର୍ଷ ତୁଳନାରେ ସାଜସଜ୍ଜା ବହୁଗୁଣିତ...

ଅସ୍ତବ୍ୟସ୍ତ କରୁଛି କୁହୁଡ଼ି: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି, ୫ /୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଘନ କୁହୁଡି ଯେମିତି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ସେହିପରି ଜାଡ଼ ମଧ୍ୟ...

୮ରୁ ଶୀତ ମହୋତ୍ସବ: ଯୋଗଦେବେ ଓଡିଶାର ସୁନାମଧନ୍ୟ କଳାକାର

ଦାରିଙ୍ଗବାଡି, ୫।୧ (ଅରୁଣ ସାହୁ ):ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ରେ ଶୀତ ମହୋତ୍ସବର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା...

ମୁକୁଳା ପଡ଼ିଛି ସୀମାନ୍ତ ଅଞ୍ଚଳ: ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଧାନ ଓଡ଼ିଶାରେ

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକ୍‌ ଅଞ୍ଚଳରେ ବେଆଇନଭାବେ ଗଚ୍ଛିତ ଝାଡ଼ଖଣ୍ଡ ରାଜ୍ୟର ୧୧୦୦ ବସ୍ତା ଧାନକୁ ପ୍ରଶାସନ ଜବତ କରିଛି।...

ଅନିଶ୍ଚିତତାରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପୋଷାକ ତିଆରି ୟୁନିଟ୍‌: ନିଯୁକ୍ତି ଚିନ୍ତାରେ ଯୁବତୀଯୁବକ

ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ କଂସାରିଗୁଡ଼ାଠାରେ ଉତ୍କଳ ଆଲୁମିନା ସୋସିଆଲ ଫାଉଣ୍ଡେଶନ ଦ୍ୱାରା ଆଦିତ୍ୟ ଆଲୁମିନା ବିଶୋଧନାଗାର (ରିଫାଇନେରି) ଏବଂ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri