ବଜାରକୁ ଆସିବ ପିନ୍ଧି ହେଉଥିବା ଡାଏଲିସିସ୍‌ ମେସିନ୍‌…

କିଡ୍‌ନୀ ସମସ୍ୟା ଭୋଗୁଥିବା ଲୋକଙ୍କ ପାଇଁ ଏବେ ଖୁସି ଖବର। ଗବେଷକମାନେ ଏକ ପ୍ରକାର ନୂଆ ଡାଏଲିସିସ୍‌ ମେସିନ୍‌ ତିଆରି କରିବାକୁ ଯାଉଛନ୍ତି। ଏହାକୁ ସହଜରେ ପିନ୍ଧି ହେବ। କିଡ୍‌ନୀ ସମସ୍ୟା ଭୋଗୁଥିବା ବ୍ୟକ୍ତି ଜଣକ ନିଜର ଦୈନଦିନ କାର୍ଯ୍ୟ କରୁଥିବାବେଳେ ଡାଏଲିସିସ୍‌ ଜାରି ରହିଥିବ ବୋଲି ଗବେଷକ କହିଛନ୍ତି। ଆମେରିକାର ଓ୍ବାଶିଂଟନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗବେଷକ ଏହି ମେସିନ୍‌ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହାକୁ ସହଜରେ ବ୍ୟବହାର ମଧ୍ୟ କରାଯାଇ ପାରିବ। ଫଳରେ ହସ୍ପିଟାଲକୁ ଯିବା ଆସିବାରେ ସମୟ ଆଉ ନଷ୍ଟ ହେବ ନାହିଁ ବୋଲି ଗବେଷକ କହିଛନ୍ତି। ଏନେଇ ଇତିମଧ୍ୟରେ ୧୫ ଜଣ କିଡ୍‌ନୀ ସମସ୍ୟା ଭୋଗୁଥିବା ବ୍ୟକ୍ତିଙ୍କ ଉପରେ ପରୀକ୍ଷାମୂଳକ ପ୍ରୟୋଗ କରାଯାଇଛି। ଏହାର ଫଳାଫଳ ବେଶ୍‌ ଉତ୍ସାହ ଜନକ ଥିବା ଗବେଷକ ସୂଚନା ଦେଇଛନ୍ତି। ଅଧିକ ପରୀକ୍ଷଣ ପରେ ଏହି ମେସିନ୍‌କୁ ବଜାରକୁ ବିକ୍ରି ପାଇଁ ଛଡ଼ାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ନୁହେଁ ଏହି ଦେଶ କରୁଛି ଆମେରିକା-ଇରାନ ମଧ୍ୟରେ ମଧ୍ୟସ୍ଥତା, ବଡ଼ ଦାବି କଲେ ରାଷ୍ଟ୍ରପତି

କାଏରୋ,୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ସମ୍ପର୍କରେ ପାକିସ୍ତାନର ନାମ ପ୍ରାୟତଃ ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ…

ବାପାଙ୍କୁ ମେଡିକାଲରେ ଭର୍ତ୍ତି କରି ଘରକୁ ଫେରିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ମଟନ, ଚିକେନ ସହ ହଳଦିଆ ମିଠା…, ଏହା ହେଉଛି ବୈଭବଙ୍କ ଶକ୍ତି ପଛର ରହସ୍ୟ, ୧୫ ବର୍ଷ ବୟସରେ ନେଉଛନ୍ତି…

ନୂଆଦିଲ୍ଲୀ,୧।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ବ୍ୟାଟିଂରେ ଏକ ଆକର୍ଷଣ ସୃଷ୍ଟି କରିଛନ୍ତି। ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ସୁନୀଲ ଗାଭାସ୍କର ପର୍ଯ୍ୟନ୍ତ, ସମସ୍ତେ…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…

ଆଇସ୍‌କ୍ରିମ୍‌ ଖାଉଥିଲେ ସାବଧାନ! କ୍ଷୀର ବଦଳରେ ମିଶୁଛି…

ଭୁବନେଶ୍ୱର,୧ା୬(ବନ୍ଦନା ସେଠୀ): ପିଲାଙ୍କଠାରୁ ବୟସ୍କ ବଜାରରୁ ଯେଉଁ ଆଇସ୍‌କ୍ରିମ୍‌ କିଣି ଖାଉଛନ୍ତି, ତାହା ପ୍ରାୟତଃ କୌଣସି କ୍ଷୀରରୁ ପ୍ରସ୍ତୁତ ହୁଏନାହିଁ, ବରଂ ତାଳ ଗଛରୁ ବାହାରୁଥିବା ଶସ୍ତା…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri