ବଜେଟକୁ ନେଇ ସୋସିଆଲ ମିଡିଆ କ୍ୟାମ୍ପେନ

ନୂଆଦିଲ୍ଲୀ,୨୦-୧: ବଜେଟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ସୋସିଆଲ ମିଡିଆ କ୍ୟାମ୍ପେନ୍‌ ଆରମ୍ଭ କରାଯିବ। ଏହା ଚଳିତ ମାସ ୨୨ ଠାରୁ ଶୁଭାରମ୍ଭ ହେବ ବୋଲି ସୂଚନା ରହିଛି। ଏହାର ନାମ ଅର୍ଥଶାସ୍ତ୍ରୀ କ୍ୟାମ୍ପେନ୍‌ ରହିଛି। ଏହା ଦ୍ୱାରା ବିଭିନ୍ନ ଅର୍ଥନୈତିକ ଶବ୍ଦକୁ ଆନିମେଟେଡ ଭିଡିଓ ଦ୍ୱାରା ଲୋକଙ୍କ ସାମ୍ନାରେ ପରିବେଷଣ କରାଯିବ। ଫଳରେ ବଜେଟ ପ୍ରକ୍ରିୟାକୁ ଛାତ୍ରୀଛାତ୍ର ଏବଂ ସାଧାରଣ ଲୋକମାନେ ସହଜରେ ବୁଝିବାକୁ ସକ୍ଷମ ହେବେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ ଗତ ବର୍ଷ ବଜେଟ ଆଗରୁ ସରକାର ହାତକୁ ନେଇଥିଲେ। ସେହିଭଳି ବଜେଟରେ ରହିଥିବା ପ୍ରତିଶ୍ରୁତିକୁ ନେଇ ଆଉ କ୍ୟାମ୍ପେନ୍‌ ଆରମ୍ଭ କରାଯାଇଛି। ଏହାର ଟ୍ୟାଗଲାଇନ ରହିଛି ହମାରା ଭରୋଷା। ଏହାକୁ ୧୨ ଆଞ୍ଚଳିକ ଭାଷାରେ ଲଞ୍ଚ କରାଯାଇଛି। ସରକାରଙ୍କ ପ୍ରତିଶ୍ରୁତି ଏବଂ ସୁବିଧା ଯୋଗାଣ ଉପରେ ଏହା ଆଧାରିତ। ସ୍ବାସ୍ଥ୍ୟ କ୍ଷେତ୍ର, ମାନବ ବିହୀନ ଲେଭଲ କ୍ରସିଂ, ହାଉସିଂ ଫର ଅଲ୍‌ ଭଳି ବିଭିନ୍ନ ବିଷୟ ଏହା ମଧ୍ୟରେ ସାମିଲ ରହିଛି। ଏହି ସିରିଜରେ ଅର୍ଥ ମନ୍ତ୍ରଣାଳୟ ରବିବାର ନ୍ୟାଶନାଲ ଇନଫ୍ରାଷ୍ଟ୍ରକଚର ପାଇପ ଲାଇନ ସମ୍ପର୍କରେ ନିଜ ଟୁଇଟର ହ୍ୟାଣ୍ଡେଲରେ ସୂଚନା ଦେଇଛି। ଉଭୟ କ୍ୟାମ୍ପେନ ଆସନ୍ତା ୨୯ ଯାଏ ଚାଲିବ ବୋଲି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri