ବଜେଟ ପୂର୍ବରୁ ଉଦ୍ୟୋଗ ଜଗତକୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୯-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ଦେଶର ପ୍ରମୁଖ ଉଦ୍ୟୋଗ ସଂଗଠନଗୁଡ଼ିକର ପ୍ରତିନିଧିଙ୍କୁ ଭେଟିବେ। ଆସନ୍ତା ୧୧ରେ ହେବାକୁ ଥିବା ଏହି ବୈଠକରେ କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଫିକି) ଭଳି ଉଦ୍ୟୋଗ ଜଗତର ପ୍ରତିନିଧି ସାମିଲ ହେବେ। ଏହି ବୈଠକରେ ବିଦେଶୀ ନିବେଶ(ଏଫ୍‌ଡିଆଇ) ଏବଂ ଔଦ୍ୟୋଗିକ ଉତ୍ପାଦନ ବୃଦ୍ଧି ନେଇ ଆଲୋଚନା ହେବ। ଉତ୍ପାଦନ ବୃଦ୍ଧି ଲାଗି ମିଶ୍ରଣ ପ୍ରସଙ୍ଗର ବିଚାର, ଘରୋଇ ଚାହିଦାକୁ ପୂରା କରିବା ଲାଗି ସେବା କ୍ଷେତ୍ରର ବିସ୍ତାର ଏବଂ ଘରୋଇ ଉତ୍ପାଦନ ଏବଂ ରପ୍ତାନି ବଢ଼ାଇବା ଉଦ୍ଦେଶ୍ୟରେ ଶୁଳ୍କ ଢାଞ୍ଚାରେ ପରିବର୍ତ୍ତନ ଆଦି ପ୍ରସଙ୍ଗରେ ଆଲୋଚନା ହେବାର ସମ୍ଭାବନା ରହିଛି। ସୂଚନାଥାଉ କି, ଉଦ୍ୟୋଗ ଜଗତର ଅଧିକାଂଶ ସଂସ୍ଥା ନିଜର ଦାବି ପୂର୍ବରୁ ଅର୍ଥ ମନ୍ତ୍ରଣାଳୟକୁ ପ୍ରଦାନ କରିସାରିଛନ୍ତି। ଆସନ୍ତା ଜୁଲାଇ ୫ରେ ବଜେଟ ଉପସ୍ଥାପିତ ହେବାକୁ ଯାଉଥିବା ବେଳେ ଅର୍ଥମନ୍ତ୍ରୀ ବଜେଟରେ ନୂଆ ଚିନ୍ତାଧାରା ପ୍ରକାଶ ପାଇଁ ଲୋକଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଛନ୍ତି। ଆସନ୍ତା ୨୦ ତାରିଖ ସୁଦ୍ଧା ଯେକୌଣସି ବ୍ୟକ୍ତି, ସଂଗଠନ ନିଜର ପ୍ରସ୍ତାବ ଅର୍ଥ ମନ୍ତ୍ରଣାଳୟକୁ ପଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri