Posted inଜାତୀୟ

ବଜେଟ ପ୍ରସ୍ତାବକୁ ସର୍ବାଧିକ ରେଟିଂ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ୨ ଘଣ୍ଟା ୪୦ ମିନିଟର ବଜେଟ ଭାଷଣରେ ଅର୍ଥନୀତିର ସବୁ କ୍ଷେତ୍ର ପାଇଁ ପ୍ରସ୍ତାବ ରଖିଥିଲେ। ଯଦିଓ କେତେଜଣ ବଜେଟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି, ତେବେ ଅଧିକାଂଶ ଏହାକୁ ପ୍ରଶଂସା କରିଥିବା ଜଣାପଡିଛି। ଗତ ୮ ବର୍ଷ ମଧ୍ୟରେ ଏଥର ବଜେଟକୁ ସର୍ବାଧିକ ଜନସାଧାରଣଙ୍କଠାରୁ ସର୍ବାଧିକ ରେଟିଂ ମିଳିଛି। ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ ଜନସାଧାରଣଙ୍କଠାରୁ ବଜେଟ ପରବର୍ତ୍ତୀ ମତାମତ ସଂଗ୍ରହ କରାଯାଇଥିଲା। ସୀତାରାମନଙ୍କ ବଜେଟ ଭାଷଣ ପରେ ବିଭିନ୍ନ ଅଞ୍ଚଳରୁ ୧୨୦୦ ଲୋକଙ୍କ ମତାମତ ନିଆଯାଇ ଏହି ରେଟିଂ ପ୍ରଦାନ କରାଯାଇଛି। ୨୦୨୦-୨୧ ବଜେଟକୁ ଅଧିକାଂଶ ୧୦ରୁ ୭.୧ ରେଟିଂ ପ୍ରଦାନ କରିଛନ୍ତି। ୨୦୧୩ରୁ ଇତିମଧ୍ୟରେ ଏହା ସର୍ବାଧିକ ରେଟିଂ। ଉପା ସରକାର ବେଳର ବଜେଟକୁ ମାତ୍ର ୪.୪ ପ୍ରତିଶତ ରେଟିଂ ମିଳିଥିଲା।
କରି ବଜେଟରେ ବେତନଭୋଗୀ କର୍ମଚାରୀଙ୍କ ପାଇଁ ଟିକସରେ ଦିଆଯାଇଥିବା ସୁବିଧା ଏବଂ ଭିତ୍ତିଭୂମି ସେକ୍ଟର ସମେତ ଗ୍ରାମାଞ୍ଚଳ ଅର୍ଥନୀତି ପାଇଁ ରହିଥିବା ପ୍ରସ୍ତାବ ନିମନ୍ତେ ଏହାକୁ ସର୍ବାଧିକ ରେଟିଂ ମିଳିଥିବା କୁହାଯାଉଛି। ୨୦୧୪ରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର କ୍ଷମତାକୁ ଆସିବା ପରେ ପ୍ରତିବର୍ଷ ବଜେଟ ରେଟିଂ ଭଲ ରହୁଛି। ୨୦୧୪ରେ ଏହା ୪.୮ ଥିବାବେଳେ ୨୦୧୫ରେ ୬.୬, ୨୦୧୬ରେ ୬.୩, ୨୦୧୭ରେ ୫.୨ ଏବଂ ୨୦୧୮ରେ ୪.୭ ରହିଥିଲା। ଗତବର୍ଷ ବଜେଟ ରେଟିଂ ୭.୦ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri