ଜଗତ୍ସିଂହପୁର ଅଫିସ,୨୧ା୬: ଜଗତ୍ସିଂହପୁର ଥାନା ଅଧୀନ ରମ୍ଭାଦେଈପୁର ପଞ୍ଚାୟତରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ପଞ୍ଚାୟତ ଅନ୍ତର୍ଗତ ନରଣପୁର ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ସୁବଳ ଭୋଇଙ୍କ କନ୍ୟା ତଥା ୯ମ ଶ୍ରେଣୀର ଛାତ୍ର୍ରୀ ସୁଜାତା ଭୋଇ। ଆହତଦ୍ୱୟ ହେଲେ ସୁଧୀର ଭୋଇଙ୍କ ପୁଅ ବଳରାମ ଓ ବସନ୍ତ ଭୋଇଙ୍କ ପୁଅ ବିଶ୍ୱରଞ୍ଜନ ବୋଲି ଜଣାଯାଇଛି। ସକାଳ ପ୍ରାୟ ୯ଟା ବେଳେ ବର୍ଷା, ଘଡଘଡି ସାଙ୍ଗକୁ ବିଜୁଳି ମାରିଥିଲା। ଏହି ସମୟରେ ନରଣପୁର ଗ୍ରାମର କିଛି ପିଲା ଗାଁ କୋଠ ଘରେ ଆଶ୍ରୟ ନେଇଥିବା ବେଳେ ହଠାତ୍ ବଜ୍ରପାତ ଯୋଗୁ ଏଭଳି ଅଘଟଣ ଘଟିଥିଲା। ସେମାନଙ୍କୁ ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ସୁଜାତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଦ୍ୱୟ ଏବେ ଚିକିତ୍ସାଧୀନ ଅଛନ୍ତି।
Posted inଜଗତ୍ସିଂହପୁର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

