Posted inଭଦ୍ରକ

ବଜ୍ରପାତରେ ଜଣେ ଚାଷୀ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ/ଆରଡ଼ି, ୧୧।୮ (ଡି.ଏନ.ଏ.) – ରବିବାର ଅପରାହ୍ନରେ ବଜ୍ରପାତ ଘଟି ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁରରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେହିପରି ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧଗଁାର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ରଇପୁର ନାୟକସାହିର ଯୁଧିଷ୍ଠିର ନାୟକ(୫୪)। ସେ ଓ ତାଙ୍କ ସାନଭାଇ ବିଲରେ କାମ କରୁଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ବଜ୍ରପାତରେ ଯୁଧିଷ୍ଠିରଙ୍କ କାନମୂଳ ଫାଟିଯିବା ସହ ସେ ଅଚେତ ହୋଇପଡ଼ିଥିଲେ। ଗଁା ଲୋକେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଧୂଷୁରୀ ମେଡିକାଲକୁ ନେଇଯାଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଧୂଷୁରୀ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୮/୨୦୧୯) ରୁଜୁ ହୋଇଛି। ଆହତ ଚାଷୀ ବନ୍ଧଗଁାର ଅକ୍ଷୟ ନାୟକ(୬୫) ବିଲକୁ ଯାଇଥିବା ବେଳେ ବଜ୍ରପାତ ଘଟିଥିଲା। ସେ ଅଚେତ ହୋଇ ଟଳି ପଡ଼ିଥିଲେ। ତାଙ୍କୁ ଜିଲା ଚିକିତ୍ସାଳୟକୁ ନିଆଯାଇଥିଲା। ଚିକିତ୍ସା ପରେ ସାମାନ୍ୟ ସୁସ୍ଥ ହୋଇଥିଲେ ମଧ୍ୟ ଚିକିତ୍ସାଧୀନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri